ହୀରାକୁଦର ଖୋଲିଲା ଆଉ ୮ଟି ଗେଟ୍

ସମ୍ବଲପୁର:ଆଜି ହୀରାକୁଦ ଜଳଭଣ୍ଡାରର ଆଉ ୮ଟି ଗେଟ୍ ଖୋଲିଛି । ବର୍ତ୍ତମାନ ମୋଟ ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ବାମ ପଟୁ ୯ଟି ଓ ଡାହାଣ ପଟୁ ୫ଟି ଗେଟ୍ ଖୋଲା ରହିଛି । ତେବେ ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଜାରି ରହିଛି। ତେଣୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ହୀରାକୁଦ […]

Samaya Live Picture
Published On

ସମ୍ବଲପୁର:ଆଜି ହୀରାକୁଦ ଜଳଭଣ୍ଡାରର ଆଉ ୮ଟି ଗେଟ୍ ଖୋଲିଛି । ବର୍ତ୍ତମାନ ମୋଟ ୧୪ଟି ଗେଟ୍ ଦେଇ ବନ୍ୟାଜଳ ନିଷ୍କାସନ ଜାରି ରହିଛି । ବାମ ପଟୁ ୯ଟି ଓ ଡାହାଣ ପଟୁ ୫ଟି ଗେଟ୍ ଖୋଲା ରହିଛି । ତେବେ ଉତ୍ତର ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ସୃଷ୍ଟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ତୁହାକୁ ତୁହା ବର୍ଷା ଜାରି ରହିଛି। ତେଣୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବା ସହ ହୀରାକୁଦ ଡ୍ୟାମର ଉପରମୁଣ୍ଡରେ ବଢ଼ୁଛି ଜଳସ୍ତର । ଜଳସ୍ତର ବଢ଼ୁଥିବାରୁ ଖୋଲାଯାଇଛି ଆଉ ୮ଟି ଗେଟ୍ । ଗୁରୁବାର ଦିନ ୬ଟି ଗେଟ୍ ଖୋଲାଯାଇଥିଲା ।
ସୂଚନାନୁସାରେ,ବାଂଲାଦେଶ ଉପରେ ରହିଥିବା ସକ୍ରିୟ ଲଘୁଚାପର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଯାଇଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁସାରେ ବଙ୍ଗୋପସାଗରରେ ଆସନ୍ତାକାଲି ସୁଦ୍ଧା ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ଢେଙ୍କାନାଳ, ଅନୁଗୁଳ, ସୁନ୍ଦରଗଡ, ଝାରସୁଗୁଡା, ଦେବଗଡ ଏବଂ କେନ୍ଦୁଝର ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ଅନ୍ୟପଟେ ମୟୁରଭଞ୍ଜ, ବାଲେଶ୍ଵର , ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ , କନ୍ଧମାଳ, ବୌଦ୍ଧ ଆଦି ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ହେବ ନେଇ ପାଣିପାଗ ବିଭାଗ ସ୍ପଷ୍ଟ କରିଛି । ତେଣୁ ସତର୍କ ରହିବାକୁ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସମ୍ପୃକ୍ତ ଜିଲ୍ଲାପାଳଙ୍କୁ ନିର୍ଦେଶ ଦିଆଯାଇଛି ।

Tags: