୯୦ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର : ଭୁବନେଶ୍ୱରରେ ୯୦ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ । ଭୁବନେଶ୍ଵର ରିଜର୍ଭ ପୁଲିସ ପ୍ୟାରେଡ ପଡ଼ିଆରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ପୋଲିସ କମିଶନର ଏସ ଦେବଦତ୍ତ ସିଂ । ଏହି ଅବସରରେ ଉଲ୍ଲେଖନୀୟ କାର୍ଯ୍ୟ ଦକ୍ଷତା ପାଇଁ କିଛି ପୋଲିସ କର୍ମଚାରୀଙ୍କୁ ସମ୍ମାନିତ ଓ ପୁରସ୍କୃତ କରାଯାଇଥିଲା । ସହିଦ ପୋଲିସ କର୍ମଚାରୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା। ଆଜିର ଦିନ ଅର୍ଥାତ୍ ୧୯୩୬ ମସିହାରେ ଉତ୍କଳ ପ୍ରଦେଶ ଗଠନ ସମୟରେ […]

୯୦ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ
Samaya Live Picture
Published On

ଭୁବନେଶ୍ୱର : ଭୁବନେଶ୍ୱରରେ ୯୦ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ । ଭୁବନେଶ୍ଵର ରିଜର୍ଭ ପୁଲିସ ପ୍ୟାରେଡ ପଡ଼ିଆରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ ପୋଲିସ କମିଶନର ଏସ ଦେବଦତ୍ତ ସିଂ । ଏହି ଅବସରରେ ଉଲ୍ଲେଖନୀୟ କାର୍ଯ୍ୟ ଦକ୍ଷତା ପାଇଁ କିଛି ପୋଲିସ କର୍ମଚାରୀଙ୍କୁ ସମ୍ମାନିତ ଓ ପୁରସ୍କୃତ କରାଯାଇଥିଲା । ସହିଦ ପୋଲିସ କର୍ମଚାରୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା। ଆଜିର ଦିନ ଅର୍ଥାତ୍ ୧୯୩୬ ମସିହାରେ ଉତ୍କଳ ପ୍ରଦେଶ ଗଠନ ସମୟରେ ଆଇନଶୃଙ୍ଖଳାରେ ଜନସାଧାରଣଙ୍କୁ ସହଯୋଗ କରିବାକୁ ଗଠିତ ହୋଇଥିଲା ପୁଲିସ ବିଭାଗ। ସେହି ଦିନଠାରୁ ଜନସାଧାରଣଙ୍କ ସେବାରେ ଉତ୍ସର୍ଗୀକୃତ ଭାବେ କାର୍ଯ୍ୟ କରି ଆସୁଛି ପୁଲିସ ବିଭାଗ ।

ସେହିପରି କଟକ ବକ୍ସି ବଜାର ସ୍ଥିତ ରିଜର୍ଭ ପୋଲିସ ପଡିଆରେ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଛି । ଏହି ଅବସରରେ ରାଜ୍ୟସ୍ତରୀୟ ପରେଡ କରାଯାଇଥିଲା । ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ ପୋଲିସ ଡିଜି ୱାଇବି ଖୁରାନିଆ । ସେବା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ପୁରସ୍କୃତ କରାଯାଇଥିଲା । ରାଜ୍ୟରେ ଆଇନ ଶୃଙ୍ଖଳା ରକ୍ଷା ପାଇଁ ପୋଲିସର ଦାୟିତ୍ବ ଓ କର୍ତ୍ତବ୍ୟ ରହିଛି । ବର୍ତ୍ତମାନ ରାଜ୍ୟରେ ନକ୍ସଲ ଓ ସାଇବର କ୍ରାଇମ୍ ପୋଲିସ ପାଇଁ ଏକ ବଡ ଆହ୍ବାନ । ପୋଲିସ ଦୃଢତାର ସହ ମୁକାବିଲା କରୁଛି । ଏହାସହ ନିସ୍ବାର୍ଥପର ଦେବା ପୋଲିସର ଧର୍ମ ବୋଲି କହିଥିଲେ ଡିଜିପି ।

ଅନ୍ୟପଟେ, ସୁନ୍ଦରଗଡରେ ବି ରିଜର୍ଭ ପୋଲିସ ଗ୍ରାଉଣ୍ଡରେ ୯୦ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି । ଏହି ପ୍ରତିଷ୍ଠା ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ସୁନ୍ଦରଗଡ ଏସପି ପ୍ରତ୍ୟୁଷ ଦିବାକର ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ସମ୍ମିଳିତ ପ୍ୟାରେଡ୍‌ରେ ଅଭିଭାଦନ ଗ୍ରହଣ କରିଥିଲେ । ଆରକ୍ଷୀ ବାହିନୀମାନଙ୍କୁ ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀଙ୍କ ବାର୍ତ୍ତା ପଢି ଶୁଣାଇଥିଲେ । ଆରକ୍ଷୀ ବାହିନୀ କିଭଳି ଆଜିର ଦିନରେ ଲୋକଙ୍କ ଆସ୍ଥା ଭାଜନ ହୋଇପାରିବ ସେ ନେଇ ସୂଚନା ଦେଇଥିଲେ। ଏହି ପ୍ରତିଷ୍ଠା ଦିବସ ସମାରୋହରେ ଆଇପିଏସ ପ୍ରୋବେସନର ଅନନ୍ୟା ଅବସ୍ତିଙ୍କ ସମେତ ବହୁ ଜିଲ୍ଲାସ୍ତରୀୟ ଅଧିକାରୀ ଉପସ୍ଥିତ ଥିଲେ ।

Tags: