ଏଫଏମ କଲେଜରେ କ୍ରାଇମବ୍ରାଞ୍ଚର ୨ ଜଣିଆ ତଦନ୍ତକାରୀ ଟିମ
ବାଲେଶ୍ୱର:ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣାକୁ ନେଇ କ୍ରାଇମବ୍ରାଞ୍ଚର ତନାଘନା ଜାରି । ଆଜି ୫ମ ଦିନରେ ମହାବିଦ୍ୟାଳୟରେ ୨ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍ ଭାରପ୍ରାପ୍ତ ଅଧ୍ୟାପକ ଓ କିଛି କର୍ମଚାରୀଙ୍କୁ ପଚରାଉଚରା ଜାରି ରଖିଛନ୍ତି । ଗତକାଲି କ୍ରାଇମବ୍ରାଞ୍ଚ ଡିଜି ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବିଷୟରେ ମଧ୍ୟ ଆଲୋଚନା କରିଥିଲେ । କଲେଜ ଛାତ୍ରଛାତ୍ରୀ ଓ କଲେଜ ବାହାର ଲୋକଙ୍କ ବୟାନ ରେକର୍ଡ କରିଥିଲା କ୍ରାଇମବ୍ରାଞ୍ଚ ଟିମ୍ । ସୂଚନା ଯୋଗ୍ୟ, ଗତ ୧୨ ତାରିଖରେ ଛାତ୍ରୀ ସୌମ୍ୟାଶ୍ରୀ […]
ବାଲେଶ୍ୱର:ସୌମ୍ୟାଶ୍ରୀଙ୍କ ଆତ୍ମାହୁତି ଘଟଣାକୁ ନେଇ କ୍ରାଇମବ୍ରାଞ୍ଚର ତନାଘନା ଜାରି । ଆଜି ୫ମ ଦିନରେ ମହାବିଦ୍ୟାଳୟରେ ୨ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍ ଭାରପ୍ରାପ୍ତ ଅଧ୍ୟାପକ ଓ କିଛି କର୍ମଚାରୀଙ୍କୁ ପଚରାଉଚରା ଜାରି ରଖିଛନ୍ତି । ଗତକାଲି କ୍ରାଇମବ୍ରାଞ୍ଚ ଡିଜି ଅଧ୍ୟକ୍ଷଙ୍କ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବିଷୟରେ ମଧ୍ୟ ଆଲୋଚନା କରିଥିଲେ । କଲେଜ ଛାତ୍ରଛାତ୍ରୀ ଓ କଲେଜ ବାହାର ଲୋକଙ୍କ ବୟାନ ରେକର୍ଡ କରିଥିଲା କ୍ରାଇମବ୍ରାଞ୍ଚ ଟିମ୍ ।
ସୂଚନା ଯୋଗ୍ୟ, ଗତ ୧୨ ତାରିଖରେ ଛାତ୍ରୀ ସୌମ୍ୟାଶ୍ରୀ ବିଶି ନିଜ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଆତ୍ମାହୁତି ଉଦ୍ୟମ କରିଥିଲେ । ଛାତ୍ରୀଙ୍କ ଶରୀରର ପ୍ରାୟ ୯୫ ପ୍ରତିଶତ ପୋଡ଼ି ଯାଇଥିଲା । ତାଙ୍କୁ ସଂକଟାପନ୍ନ ଅବସ୍ଥାରେ ଭୁବନେଶ୍ବର ଏମସକୁ ସ୍ଥାନାନ୍ତର କରାଯାଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ଗତ ୧୫ ତାରିଖରେ ତାଙ୍କର ମୃତ୍ୟୁ ହୋଇଥିଲା । କିଭଳି ଓ କେଉଁ ପରିସ୍ଥିତିରେ ଛାତ୍ରୀ ଜଣଙ୍କ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରୁଥିଲେ ତାର ସତ୍ୟାସତ୍ୟ ତଦନ୍ତ ପରେ ସାମ୍ନାକୁ ଆସିବ । ସେଥିପାଇଁ କ୍ରାଇମ୍ବ୍ରାଞ୍ଚ ଟିମ୍ ପକ୍ଷରୁ ତନାଘନା ତଦନ୍ତ ଜାରି ରହିଛି ।




