ରାଜଧାନୀରେ ଆରମ୍ଭ ହେଲା ୩ ଦିନିଆ ଜାତୀୟ ଶିକ୍ଷା ନୀତି କର୍ମଶାଳା
ଭୁବନେଶ୍ବର : ଆଜି ଠାରୁ ଭୁବନେଶ୍ୱରରେ ଆରମ୍ଭ ହେଲା ଜାତୀୟ ଶିକ୍ଷାନୀତି (NEP) କର୍ମଶାଳା । ଜାନୁଆରୀ ୨୧ ରୁ ୨୩ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କର୍ମଶାଳା । ୨୦୨୫-୨୬ ଶିକ୍ଷାବର୍ଷରୁ ପର୍ଯ୍ୟାୟକ୍ରମେ ଜାତୀୟ ଶିକ୍ଷା ନୀତି-୨୦୨୦ ଲାଗୁ କରିବାକୁ ଯୋଜନା ପ୍ରସ୍ତୁତି କରିଛନ୍ତି ରାଜ୍ୟ ସରକାର। ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଆରମ୍ଭ ହୋଇଥିବା କର୍ମଶାଳାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଉଦ୍ଘାଟନ କରିଛନ୍ତି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ସହ ରାଜ୍ୟ […]
ଭୁବନେଶ୍ବର : ଆଜି ଠାରୁ ଭୁବନେଶ୍ୱରରେ ଆରମ୍ଭ ହେଲା ଜାତୀୟ ଶିକ୍ଷାନୀତି (NEP) କର୍ମଶାଳା । ଜାନୁଆରୀ ୨୧ ରୁ ୨୩ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି କର୍ମଶାଳା । ୨୦୨୫-୨୬ ଶିକ୍ଷାବର୍ଷରୁ ପର୍ଯ୍ୟାୟକ୍ରମେ ଜାତୀୟ ଶିକ୍ଷା ନୀତି-୨୦୨୦ ଲାଗୁ କରିବାକୁ ଯୋଜନା ପ୍ରସ୍ତୁତି କରିଛନ୍ତି ରାଜ୍ୟ ସରକାର।
ଲୋକସେବା ଭବନ ସମ୍ମିଳନୀ କକ୍ଷରେ ଆରମ୍ଭ ହୋଇଥିବା କର୍ମଶାଳାକୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଉଦ୍ଘାଟନ କରିଛନ୍ତି । କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଙ୍କ ସହ ରାଜ୍ୟ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ , ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମଧ୍ୟ କର୍ମଶାଳାରେ ସାମିଲ ହୋଇଛନ୍ତି । ପ୍ରଥମ ପର୍ଯ୍ୟାୟରେ ଏନ୍ଇପିର କାର୍ଯ୍ୟକାରୀ ଓ ସ୍ଥାନୀୟ ପ୍ରସଙ୍ଗୀକରଣ ସହ ଜାତୀୟ ପାଠ୍ୟକ୍ରମ ରୂପରେଖ ଢାଞ୍ଚାରେ ପାଠ୍ୟକ୍ରମ ପ୍ରସ୍ତୁତ କରିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଘୋଷଣା କରିସାରିଛି। କର୍ମଶାଳା ରାଜ୍ୟର ଶିକ୍ଷା ଗୋଷ୍ଠୀଙ୍କୁ ସଚେତନ କରିବ ଏବଂ ଓଡ଼ିଶାରେ ଜାତୀୟ ଶିକ୍ଷା ନୀତିର ପର୍ଯ୍ୟାୟକ୍ରମେ କାର୍ଯ୍ୟକାରିତା ପାଇଁ ଏକ ରୋଡମ୍ୟାପ୍ ପ୍ରସ୍ତୁତ କରାଯିବ।
ଏଣିକି ୬ବର୍ଷ ବୟସ ହୋଇନଥିଲେ ପ୍ରଥମଶ୍ରେଣୀରେ ପିଲାଙ୍କ ନାମ ଲେଖାଇବାକୁ ଅନୁମତି ମିଳିବ ନାହିଁ। ଆସନ୍ତା ଶିକ୍ଷାବର୍ଷ ୨୦୨୫-୨୬ରୁ ରାଜ୍ୟରେ ଏହି ନୂଆ ନିୟମ ଲାଗୁ ହେବ। ସବୁ ପ୍ରାଥମିକ ସ୍କୁଲରେ ‘ଶିଶୁ ବାଟିକା’ ଖୋଲିବ ଯେଉଁଠି ୫-୬ବର୍ଷ ବୟସର ପିଲାମାନଙ୍କୁ ‘ପ୍ରି ସ୍କୁଲ ଶିକ୍ଷା’ରେ ନାମ ଲେଖାଇବାର ସୁଯୋଗ ମିଳିବ।
ଏଥିସହିତ ପିଏମ୍ ଶ୍ରୀ ଯୋଜନାକୁ କାର୍ଯ୍ୟକାରୀ କରି ରାଜ୍ୟର ବିଦ୍ୟାଳୟଗୁଡ଼ିକୁ ଜାତୀୟ ଶିକ୍ଷା ନୀତି କାର୍ଯ୍ୟାନ୍ୱୟନ ପାଇଁ ଆଦର୍ଶ ବିଦ୍ୟାଳୟ ଭାବେ ଉନ୍ନୀତ କରୁଛନ୍ତି। ସମ୍ପୃକ୍ତ ଶିକ୍ଷାବର୍ଷ ସେପ୍ଟେମ୍ବର ୧ରୁ ପ୍ରଥମ ଶ୍ରେଣୀ ପାଇଁ ନାମଲେଖା ବୟସକୁ ସଂଶୋଧିତ କରି ୬ ବର୍ଷ ଓ ଊର୍ଦ୍ଧ୍ବ ବୟସ କରାଯାଇଛି । ୨୦୨୫-୨୬ ଶିକ୍ଷାବର୍ଷରୁ ପର୍ଯ୍ୟାୟକ୍ରମେ ରାଜ୍ୟ ପାଠ୍ୟକ୍ରମ ରୂପରେଖର ସଂଶୋଧନ ଆରମ୍ଭ କରାଯିବ, ପ୍ରଥମ ପର୍ଯ୍ୟାୟରେ ଜାତୀୟ ପାଠ୍ୟକ୍ରମ ରୂପରେଖ ଢାଞ୍ଚାରେ ରାଜ୍ୟ ପ୍ରସଙ୍ଗ ସହିତ ପ୍ରାରମ୍ଭିକ ପର୍ଯ୍ୟାୟକୁ ଗ୍ରହଣ କରାଯିବ। ଜାତୀୟ ଶିକ୍ଷା ନୀତି ୨୦୨୦ ଅନୁସାରେ, ଶିଶୁର ପ୍ରଥମ ୧୫ ବର୍ଷ ଶିକ୍ଷା ପର୍ଯ୍ୟାୟକ୍ରମେ ୫+୩+୩+୪ ଭିତ୍ତିରେ ପରିବର୍ତ୍ତନ କରାଯିବ । ପୂର୍ବରୁ ଓଡ଼ିଶା ସରକାର ଉନ୍ନୟନ ଆୟୁକ୍ତ ତଥା ଅତିରିକ୍ତ ମୁଖ୍ୟ ଶାସନସଚିବଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ଟାସ୍କଫୋର୍ସ ଗଠନ କରିଥିଲେ।




