ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର , ନବମୀରୁ ବର୍ଷା ସମ୍ଭାବନା
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ ଲଘୁଚାପ । ଦକ୍ଷିଣ ପୂର୍ବ ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହି କ୍ଷେତ୍ର ରହିଛି । ଏହା ୨୨ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହୋଇ ଅବପାତ ହେବା ସମ୍ଭାବନା । ପରବର୍ତ୍ତୀ ୩ ଦିନ ଯାଏ ଏହା ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରିବ । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଥିବା ଲଘୁଚାପ […]
ଭୁବନେଶ୍ୱର : ବଙ୍ଗୋପସାଗରରେ ସୃଷ୍ଟି ହେଲା ସୁଦୃଶ ଲଘୁଚାପ । ଦକ୍ଷିଣ ପୂର୍ବ ପାର୍ଶ୍ବବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏହି କ୍ଷେତ୍ର ରହିଛି । ଏହା ୨୨ ତାରିଖ ସୁଦ୍ଧା ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘନୀଭୂତ ହୋଇ ଅବପାତ ହେବା ସମ୍ଭାବନା । ପରବର୍ତ୍ତୀ ୩ ଦିନ ଯାଏ ଏହା ଉତ୍ତର-ଉତ୍ତର ପୂର୍ବ ଦିଗରେ ଗତି କରିବ ।
ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ, ଦକ୍ଷିଣ-ପଶ୍ଚିମ ଓ ସଂଲଗ୍ନ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଆଜି ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ ୨୨ ତାରିଖ ବେଳକୁ ଅବପାତର ରୂପ ନେବ। ଏହା ପ୍ରଥମେ ୨୨ ତାରିଖ ସକାଳ ପର୍ଯ୍ୟନ୍ତ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ପରେ ଗତିପଥ ବଦଳାଇ ଧୀରେଧୀରେ ଉତ୍ତର-ଉତ୍ତର-ପୂର୍ବ ଦିଗରେ ବାଂଲାଦେଶ ଉପକୂଳ ଆଡ଼କୁ ଗତି କରିବ। ଲଘୁଚାପଟି କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ରହିଛି । କ୍ରମଶଃ ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ପରେ ଏହା ଉତ୍ତର-ପଶ୍ଚିମରୁ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଗତି କରିବ । ଏହା ବାଂଲାଦେଶ ପାର୍ଶ୍ବବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ମୁହାଁ ହେବା ସମ୍ଭାବନା ରହିଛି । କିନ୍ତୁ ଏ ପର୍ଯ୍ୟନ୍ତ ପୂରା ଚିତ୍ର ସାମ୍ନାକୁ ଆସି ନଥିବା ଜଣାଯାଇଛି। ଏହି ଲଘୁଚାପଟି ଅବପାତର ରୂପ ନେଇ ସ୍ଥଳପଥ ଆଡ଼କୁ ଗତି କରିବ। କିନ୍ତୁ ଓଡ଼ିଶା ଉପରେ ଏହାର ପ୍ରଭାବ କମ୍ ରହିବ ବୋଲି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ କରିଛି। କିନ୍ତୁ ଲଘୁଚାପ ପ୍ରଭାବରେ ୨୩ରୁ ଉପକୂଳ ଓଡ଼ିଶା ସମେତ ରାଜ୍ୟର କିଛି ସ୍ଥାନରେ ବର୍ଷା ହୋଇପାରେ ଏବଂ ଏହା ୨୪-୨୫ ତାରିଖରେ ବାତ୍ୟା ରୂପ ନେଇ ଆକଳନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ I




