କୁମାରପୂର୍ଣ୍ଣିମାରେ ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ,ଶ୍ରୀ ମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି

ଭୁବନେଶ୍ୱର : ଆସନ୍ତାକାଲି କୁମାରପୂର୍ଣ୍ଣମୀ ଉତ୍ସବ ସହିତ ଅନୁଷ୍ଠିତ ହେଉଛି ଗଜଲକ୍ଷ୍ମୀ ପୂଜା I ଏହିଦିନ ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ପଡୁଛି । ଚନ୍ଦ୍ରଗ୍ରହଣ ଭାରତର ସମସ୍ତ ସ୍ଥାନରେ ମଧ୍ୟରାତ୍ରିରେ ଦୃଶ୍ୟମାନ ହେବ। ଭାରତ ସମେତ ପଶ୍ଚିମ ପ୍ରଶାନ୍ତ ମହାସାଗର, ଅଷ୍ଟ୍ରେଲିଆ, ୟୁରୋପ, ଆଫ୍ରିକା, ଦକ୍ଷିଣ ଆମେରିକାରେ ମଧ୍ୟ ଦୃଶ୍ୟମାନ ହେବ । ଏହି ଚନ୍ଦ୍ରଗ୍ରହଣ ଭାରତୀୟ ସମୟ ୨୯ ତାରିଖ ରାତି ଗୋଟାଏ ୫ ମିନିଟରୁ ଆରମ୍ଭ ହୋଇ ୨ଟା ୨୪ ମିନିଟରେ ଶେଷ ହେବ […]

Samaya Live Picture
Published On

ଭୁବନେଶ୍ୱର : ଆସନ୍ତାକାଲି କୁମାରପୂର୍ଣ୍ଣମୀ ଉତ୍ସବ ସହିତ ଅନୁଷ୍ଠିତ ହେଉଛି ଗଜଲକ୍ଷ୍ମୀ ପୂଜା I ଏହିଦିନ ରାହୁଗ୍ରସ୍ତ ଖଣ୍ଡଗ୍ରାସ ଚନ୍ଦ୍ରଗ୍ରହଣ ପଡୁଛି । ଚନ୍ଦ୍ରଗ୍ରହଣ ଭାରତର ସମସ୍ତ ସ୍ଥାନରେ ମଧ୍ୟରାତ୍ରିରେ ଦୃଶ୍ୟମାନ ହେବ। ଭାରତ ସମେତ ପଶ୍ଚିମ ପ୍ରଶାନ୍ତ ମହାସାଗର, ଅଷ୍ଟ୍ରେଲିଆ, ୟୁରୋପ, ଆଫ୍ରିକା, ଦକ୍ଷିଣ ଆମେରିକାରେ ମଧ୍ୟ ଦୃଶ୍ୟମାନ ହେବ । ଏହି ଚନ୍ଦ୍ରଗ୍ରହଣ ଭାରତୀୟ ସମୟ ୨୯ ତାରିଖ ରାତି ଗୋଟାଏ ୫ ମିନିଟରୁ ଆରମ୍ଭ ହୋଇ ୨ଟା ୨୪ ମିନିଟରେ ଶେଷ ହେବ । ଚନ୍ଦ୍ରଗ୍ରହଣର ଅବଧି ୧ଘଣ୍ଟା ୧୯ ମିନିଟ୍ ରହିବ।ଗ୍ରହଣର ସ୍ପର୍ଷ ସମୟ ହେଉଛି ରାତ୍ରି ୧ଘଣ୍ଟା ୪ ମିନିଟ୍ ୫୫ସେକେଣ୍ଡ। ଗ୍ରହଣ ସର୍ବମୋକ୍ଷ ରାତ୍ରି ୨ଟା ୨୪ମିନିଟ୍୨ ସେକେଣ୍ଡ । ଅର୍ଥାତ ଗ୍ରହଣର ଅବଧି ୧ଘଣ୍ଟା ୧୯ମିନିଟ ୭ସେକେଣ୍ଡ। ଗ୍ରହଣର ୯ ଘଣ୍ଟା ପୂର୍ବରୁ ଅର୍ଥାତ୍ ଦିବା ୪ ଘଣ୍ଟା ୪ ମିନିଟ୍ ୫୫ ସେକେଣ୍ଡ ଠାରୁ ରାତ୍ର ୨ଟା ୨୪ମିନିଟି ୨ସେକେଣ୍ଡ ପର୍ଯ୍ୟନ୍ତ ପାକତ୍ୟାଗ। ଅନ୍ନ ଭୋଜନ ଓ ଦେବନୀତି ନିଷିଦ୍ଧ। କିନ୍ତୁ ଶ୍ରୀମନ୍ଦିରରେ ଗ୍ରହଣ ସ୍ପର୍ଶ ହେବା ମାତ୍ରେ ନୀତିକାନ୍ତି ଆରମ୍ଭ ହୋଇଥାଏ।

କୁମାରପୂର୍ଣ୍ଣିମାରେ ହେବାକୁ ଥିବା ନୀତିକାନ୍ତିକୁ ନେଇ ସୃଷ୍ଟି ହୋଇଛି ଦ୍ବନ୍ଦ୍ବ । ସେଦିନ ଚନ୍ଦ୍ର ଗ୍ରହଣ ପଡୁଥିବାରୁ ସନ୍ଧ୍ୟା ପୂର୍ବରୁ କୁମାର ପୂର୍ଣ୍ଣିମା ପୂଜା ସାରିବାକୁ ଜ୍ୟୋତିଷ ମତ ଦେଇଛନ୍ତି । ଏହା ସହିତ ଏହି ଦିନ ଚକ୍ରରାଜ ସୁଦର୍ଶନ ଚାରିଆଶ୍ରମ ପରିକ୍ରମା କରିଥାନ୍ତି। ପ୍ରଥମେ ମାର୍କେଣ୍ଡେୟ ଆଶ୍ରମ, ଅଙ୍ଗିରା, ଭୃଗୁ ଶେଷରେ କଣ୍ଡୁ ଆଶ୍ରମ ବିଜେ କରିଥାନ୍ତି। ଚକ୍ରରାଜ ସୁଦର୍ଶନ ମଧ୍ୟାହ୍ନ ଧୂପ ପରେ ରତ୍ନ ସିଂହାସନରୁ ଆସି ଚଉଦୋଳରେ ବିଜେ ହୋଇ ପରିକ୍ରମା କରିବା ପରେ ପାକତ୍ୟାଗ ପୂର୍ବରୁ ରତ୍ନସିଂହାସନରେ ବିଜେ କରିବେ। ନୀତି ସବକମିଟି ବୈଠକରେ ଗ୍ରହଣକୁ ନେଇ ଆଲୋଚନା ହୋଇଛି। ସେବାୟତ ମାନେ ନୀତି ସୃଙ୍ଖଳିତ କରିବାକୁ ପରାମର୍ଶ ଦିଆଯାଇଛି ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ।

Tags: