ଗୃହରେ ଉପସ୍ଥାପିତ ହେଲା ଅତିରିକ୍ତ ବଜେଟ

ଭୁବନେଶ୍ୱର : ବିଧାନସଭା ଶୀତ ଅଧିବେଶନର ପ୍ରଥମ ଦିନରେ ଗୃହରେ ଉପସ୍ଥାପିତ ହେଲା ଅତିରିକ୍ତ ବଜେଟ । ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ୨୦୨୪-୨୫ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ ଉପସ୍ଥାପନ କରିଛନ୍ତି । ମୋଟ ୧୨,୧୫୬ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ଅତିରିକ୍ତ ବଜେଟରେ ସୁଭଦ୍ରା ଯୋଜନା ପାଇଁ ୧୧୯୬ କୋଟି ବ୍ୟୟବରାଦ କରାଯାଇଛି । ଏଥିରେ ପ୍ରଶାସନିକ ବ୍ୟୟ, କାର୍ଯ୍ୟକ୍ରମ ବ୍ୟୟ, ବିପର୍ଯ୍ୟୟ ପ୍ରଶମନ ପାଣ୍ଠି, ରାଜ୍ୟ ବଜେଟରୁ […]

Samaya Live Picture
Published On

ଭୁବନେଶ୍ୱର : ବିଧାନସଭା ଶୀତ ଅଧିବେଶନର ପ୍ରଥମ ଦିନରେ ଗୃହରେ ଉପସ୍ଥାପିତ ହେଲା ଅତିରିକ୍ତ ବଜେଟ । ମଙ୍ଗଳବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ୨୦୨୪-୨୫ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ ଉପସ୍ଥାପନ କରିଛନ୍ତି । ମୋଟ ୧୨,୧୫୬ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି ।

ଅତିରିକ୍ତ ବଜେଟରେ ସୁଭଦ୍ରା ଯୋଜନା ପାଇଁ ୧୧୯୬ କୋଟି ବ୍ୟୟବରାଦ କରାଯାଇଛି । ଏଥିରେ ପ୍ରଶାସନିକ ବ୍ୟୟ, କାର୍ଯ୍ୟକ୍ରମ ବ୍ୟୟ, ବିପର୍ଯ୍ୟୟ ପ୍ରଶମନ ପାଣ୍ଠି, ରାଜ୍ୟ ବଜେଟରୁ ସ୍ଥାନାନ୍ତର ପରି ପ୍ରସ୍ତାବ ରହିଛି । ଏହା ସହିତ ରତ୍ନଭଣ୍ଡାର ପାଇଁ ୫ କୋଟି ଟଙ୍କାର ବ୍ୟୟ ଅଟକଳ , ଭୁବନେଶ୍ୱରରେ ପ୍ରବାସୀ ଭାରତୀୟ ଦିବସ ପାଇଁ ୧୨୫ କୋଟି, CRPF ମୁତୟନ ପାଇଁ ୨୯୯ କୋଟି , ପୋଲିସ ଷ୍ଟେଶନ ଓ ଫାଣ୍ଡିରେ ସିସିଟିଭି ପାଇଁ ୫୧ କୋଟି, ଶ୍ରୀମନ୍ଦିର ପରିକ୍ରମାର ବିସ୍ତୃତି ସୁବିଧା ବିକାଶ ପାଇଁ ୨୬ କୋଟି, ଅଗ୍ନିଶମ ସେବାର ଆଧୁନିକୀକରଣ ଓ ସଂପ୍ରସାରଣ ପାଇଁ ୧୨୦ କୋଟି ଏବଂ ବନ୍ୟା ନିୟନ୍ତ୍ରଣ ଓ ଡ୍ରେନେଜ ପାଇଁ ୬୬ କୋଟି ଟଙ୍କା ବ୍ୟୟବରାଦ କରାଯାଇଛି। ମଧୁବାବୁ ପେନସନ୍‌ ଯୋଜନାରେ ୩୩୮ କୋଟି ଟଙ୍କା,ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ୬୪୪ କୋଟି ଏବଂ ସୁଭଦ୍ରା ଯୋଜନା ପାଇଁ ୧୧୯୬ କୋଟି ବ୍ୟୟବରାଦ ହୋଇଛି ।

Tags: