ଓଡିଶା ବିମାନ ବନ୍ଦରରେ ଦୁଇ କେନ୍ଦ୍ରମନ୍ତ୍ରୀଙ୍କୁ ଭବ୍ୟ ସ୍ୱାଗତ

ଭୁବନେଶ୍ୱର : ଦିନିକିଆ ଓଡିଶା ଗସ୍ତରେ ଆସି ପହଁଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ I କେନ୍ଦ୍ର ସୂଚନା ପ୍ରସାରଣ ଏବଂ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂ ଠାକୁର ଏବଂ ଶିକ୍ଷା ଉଦ୍ୟମିତା ବିଭାଗର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ସକାଳେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଛନ୍ତି I ସେଠାରେ ଉଭୟଙ୍କୁ ଦଳୀୟ କର୍ମୀଙ୍କ ପକ୍ଷରୁଭବ୍ୟ ସ୍ୱାଗତ କରାଯାଇଥିଲା I ଏହାପରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପ୍ରେସମିଟ୍ କରିବେ ଦୁଇ କେନ୍ଦ୍ରମନ୍ତ୍ରୀ । […]

Samaya Live Picture
Published On

ଭୁବନେଶ୍ୱର : ଦିନିକିଆ ଓଡିଶା ଗସ୍ତରେ ଆସି ପହଁଚିଲେ ଦୁଇ କେନ୍ଦ୍ରମନ୍ତ୍ରୀ I କେନ୍ଦ୍ର ସୂଚନା ପ୍ରସାରଣ ଏବଂ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଅନୁରାଗ ସିଂ ଠାକୁର ଏବଂ ଶିକ୍ଷା ଉଦ୍ୟମିତା ବିଭାଗର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ସକାଳେ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ବିମାନ ବନ୍ଦରରେ ପହଞ୍ଚିଛନ୍ତି I ସେଠାରେ ଉଭୟଙ୍କୁ ଦଳୀୟ କର୍ମୀଙ୍କ ପକ୍ଷରୁଭବ୍ୟ ସ୍ୱାଗତ କରାଯାଇଥିଲା I ଏହାପରେ ବିଜେପି ରାଜ୍ୟ କାର୍ଯ୍ୟାଳୟରେ ପ୍ରେସମିଟ୍ କରିବେ ଦୁଇ କେନ୍ଦ୍ରମନ୍ତ୍ରୀ । ଉତ୍କଳ ବିଶ୍ବବିଦ୍ୟାଳୟରେ ନେହରୁ ଯୁବ କେନ୍ଦ୍ର ସଂଗଠନ ପକ୍ଷରୁ ଆୟୋଜିତ ‘‘ମୋ ମାଟି ମୋ ଦେଶ’’ କାର୍ଯ୍ୟକ୍ରମରେ ସାମିଲ୍ ହେବେ ।

ଅପରାହ୍ନରେ ଭୁବନେଶ୍ବରରେ ଆୟୋଜିତ ହେବାକୁ ଥିବା ଦୈନିକ ସମ୍ବାଦପତ୍ର ‘ସମ୍ବାଦ’ର ୪୦ ବର୍ଷ ପୂର୍ତ୍ତି ସମାରୋହରେ ଅତିଥି ଭାବେ ଯୋଗ ଦେବେ । ଅନ୍ୟପଟେ ପ୍ରଜାତନ୍ତ୍ର ପ୍ରଚାର ସମିତି ପକ୍ଷରୁ ଆୟୋଜିତ ହେବାକୁ ଥିବା ଓଡ଼ିଆ ଦୈନିକ ‘ପ୍ରଜାତନ୍ତ୍ର’ର ପ୍ରଥମ ପ୍ରକାଶନର ଶତବାର୍ଷିକୀ ସମାରୋହରେ ମଧ୍ୟ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ସନ୍ଧ୍ୟାରେ କେନ୍ଦ୍ର ମନ୍ତ୍ରୀ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।

Tags: