କ୍ୟାପିଟାଲ୍ ହସ୍ପିଟାଲରୁ କଟକ SCB ମେଡିକାଲକୁ ଗଡିବ ‘ଆମ ବସ’

ଭୁବନେଶ୍ୱର : ଭୁବନେଶ୍ୱରର କ୍ୟାପିଟାଲ୍ ହସ୍ପିଟାଲରୁ କଟକ SCB ମେଡିକାଲ ଯିବା ପାଇଁ ସରକାର ଗଡାଇବେ ଇ-ବସ୍। ରୋଗୀ କିମ୍ବା ରୋଗୀଙ୍କ ସମ୍ପର୍କୀୟଙ୍କ ପାଇଁ ସହାୟକ ହେବ ‘ଆମ ବସ୍’ ର ନୂଆ ରୁଟ୍। ଏହା ଦ୍ୱାରା ଆଉ ଯାତାୟତ ପାଇଁ ହନ୍ତସନ୍ତ ହେବେନି ରୋଗୀଙ୍କ ପରିବାର। ଏହି ରୁଟ୍ ସମେତ ଅନ୍ୟ ନୂଆ ରୁଟରେ ମଧ୍ୟ ଇ-ବସ୍ ଚାଲିବ। ଗତକାଲି ଭୁବନେଶ୍ବର ଗାଢ଼କଣସ୍ଥିତ ଆମ ବସ୍ ଡିପୋରେ ୪୦ଟି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ […]

କ୍ୟାପିଟାଲ୍ ହସ୍ପିଟାଲରୁ କଟକ SCB ମେଡିକାଲକୁ ଗଡିବ ‘ଆମ ବସ’
Samaya Live Picture
Published On

ଭୁବନେଶ୍ୱର : ଭୁବନେଶ୍ୱରର କ୍ୟାପିଟାଲ୍ ହସ୍ପିଟାଲରୁ କଟକ SCB ମେଡିକାଲ ଯିବା ପାଇଁ ସରକାର ଗଡାଇବେ ଇ-ବସ୍। ରୋଗୀ କିମ୍ବା ରୋଗୀଙ୍କ ସମ୍ପର୍କୀୟଙ୍କ ପାଇଁ ସହାୟକ ହେବ ‘ଆମ ବସ୍’ ର ନୂଆ ରୁଟ୍। ଏହା ଦ୍ୱାରା ଆଉ ଯାତାୟତ ପାଇଁ ହନ୍ତସନ୍ତ ହେବେନି ରୋଗୀଙ୍କ ପରିବାର। ଏହି ରୁଟ୍ ସମେତ ଅନ୍ୟ ନୂଆ ରୁଟରେ ମଧ୍ୟ ଇ-ବସ୍ ଚାଲିବ। ଗତକାଲି ଭୁବନେଶ୍ବର ଗାଢ଼କଣସ୍ଥିତ ଆମ ବସ୍ ଡିପୋରେ ୪୦ଟି ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ନୂଆ ଇ-ବସର ଉଦଘାଟନ କରିଛନ୍ତି। ତେବେ ବସ୍ ଦୁର୍ଘଟଣା କମାଇବା ପାଇଁ ଅନେକ ପଦକ୍ଷେପ ନିଆଯିବା ସହ ଆମ ବସ୍ ଭିତରେ ଦୁଇଟି ସିସିଟିଭି କ୍ୟାମେରା ବି ଲଗାଯାଇଥିବା କଥା କହିଛନ୍ତି ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ଏହାସହିତ ଏହି ବସ ଦ୍ୱାରା ମଧ୍ୟ ରୋଗୀଙ୍କ ସମ୍ପର୍କୀୟ ସହଜରେ ଯାତାୟାତ କରିପାରିବେ।

 

 

Tags: