ଆଜି ପହିଲି ରଜ
ଭୁବନେଶ୍ୱର : ଉତ୍କଳୀୟ ସଂସ୍କୃତିର ଆନନ୍ଦ ଉଲ୍ଲାସ, ସର୍ବାଧିକ ଲୋକପ୍ରିୟ ଓ ବୈଶିଷ୍ଟ୍ୟମୟ ଅବସର ରଜ । ବର୍ଷକରେ ଥରେ ଆସୁଥିବା ଏହି କୃଷିଭିତ୍ତିକ ପର୍ବକୁ ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ପ୍ରତିଟି ଓଡ଼ିଆ ପରିବାର ବେଶ୍ ଧୁମ୍ଧାମ୍ରେ ପାଳନ କରିଥାନ୍ତି । କୃଷି ଓଡ଼ିଶାର ମୁଖ୍ୟ ଜୀବିକା ହୋଇଥିବାରୁ ମାଟି ମା’କୁ ବିଶ୍ରାମ ଦେବା ଏହି ପର୍ବ ପାଳନର ମୁଖ୍ୟ ଉଦ୍ଦେଶ୍ୟ । ପ୍ରକୃତି ସୃଷ୍ଟି କରିଛି ବର୍ଷା ଆଉ ବର୍ଷାକୁ ସ୍ବାଗତ କରି […]
ଭୁବନେଶ୍ୱର : ଉତ୍କଳୀୟ ସଂସ୍କୃତିର ଆନନ୍ଦ ଉଲ୍ଲାସ, ସର୍ବାଧିକ ଲୋକପ୍ରିୟ ଓ ବୈଶିଷ୍ଟ୍ୟମୟ ଅବସର ରଜ । ବର୍ଷକରେ ଥରେ ଆସୁଥିବା ଏହି କୃଷିଭିତ୍ତିକ ପର୍ବକୁ ଗ୍ରାମାଞ୍ଚଳଠାରୁ ଆରମ୍ଭ କରି ସହରାଞ୍ଚଳ ପର୍ଯ୍ୟନ୍ତ ପ୍ରତିଟି ଓଡ଼ିଆ ପରିବାର ବେଶ୍ ଧୁମ୍ଧାମ୍ରେ ପାଳନ କରିଥାନ୍ତି । କୃଷି ଓଡ଼ିଶାର ମୁଖ୍ୟ ଜୀବିକା ହୋଇଥିବାରୁ ମାଟି ମା’କୁ ବିଶ୍ରାମ ଦେବା ଏହି ପର୍ବ ପାଳନର ମୁଖ୍ୟ ଉଦ୍ଦେଶ୍ୟ । ପ୍ରକୃତି ସୃଷ୍ଟି କରିଛି ବର୍ଷା ଆଉ ବର୍ଷାକୁ ସ୍ବାଗତ କରି ସୃଷ୍ଟି ହୋଇଛି ରଜ ପର୍ବ । ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ସୂର୍ଯ୍ୟ ବୃଷ ରାଶିକୁ ତ୍ୟାଗକରି ଯେଉଁ ଦିନ ମିଥୁନ ରାଶିରେ ପ୍ରବେଶ କରନ୍ତି, ତା’ର ପୂର୍ବଦିନ ଓ ପରଦିନକୁ ମିଶାଇ ମୋଟ ତିନିଦିନ ଧରି ରଜପର୍ବ ପାଳନ କରାଯାଏ । ସାଧାରଣତଃ କୃଷକମାନେ ରଜସଂକ୍ରାନ୍ତି ପୂର୍ବରୁ କ୍ଷେତରେ ଧାନ ବୁଣି ବର୍ଷାର ଆଗମନକୁ ଅପେକ୍ଷା କରିଥାନ୍ତି ।
ରଜ ପର୍ବ ପାଇଁ ଆଜି ସାରା ରାଜ୍ୟ ଉତ୍ସବ ମୁଖର । ରଜ ୩ ଦିନ ଭିତରୁ ଆଜି ହେଉଛି ପହିଲି ରଜ । ଝିଅ ବୋହୁ ମାନଙ୍କର ବିଶେଷ ପର୍ବ I ହାତରେ ମେହେନ୍ଦି, ପାଦରେ ଅଳତା ଓ ମୁଣ୍ଡରେ ଟିକିଲି ଝିଅମାନେ ରଜ ସଜ ହୋଇଥାନ୍ତି । ପରମ୍ପରା ଅନୁସାରେ ପହିଲି ରଜ ପାଳୁଛନ୍ତି ଝିଅ ବୋହୂମାନେ । ପରିବାର ଲୋକେ ଏକାଠି ହୋଇ ଦୋଳି ଖେଳିବା ସହ ଘରେ ବସି ତାସ୍ ଓ ଲୁଡୁ ଖେଳିଥାନ୍ତି। ଏହି ସମୟରେ ନୂଆ ବାହା ହୋଇଥିବା ଝିଅଟି ଘରୁ ରଜଭାର ଆସିଥାଏ।ତିନି ଦିନ ଧରି ଗାଁଠୁ ସହର ସବୁଠୁ ରଜର ଆସର ଜମିଥାଏ ।
ରଜର ପ୍ରଥମ ଦିନକୁ ପହିଲି ରଜ ଦ୍ୱିତୀୟ ଦିନକୁ ରଜ ସଂକ୍ରାନ୍ତି ଓ ତୃତୀୟ ଦିନକୁ ଭୂମି ଦହନ ବୋଲି କୁହାଯାଏ । ଚୁତୁର୍ଥ ଦିନରେ ବସୁମତୀ ସ୍ନାନ ପାଳନ ସହ ରଜ ଶେଷ ହୁଏ । ରଜରେ ଆସର ରଜଦୋଳି ଓ ପୋଡ଼ ପିଠାରେ ଅଧିକ ଜମିଥାଏ । ଘରେ ଘରେ ପୋଡ ପିଠା ଓ ରଜ ପାନ ପ୍ରସ୍ତୁତ କରାଯାଇଥାଏ । ଝିଅମାନେ ହାତରେ ମେହେନ୍ଦି, ମୁଣ୍ଡରେ କୁଙ୍କୁମ ଓ ପାଦରେ ଅଳତା ଲଗାଇବା ସହ ନୂଆ ପୋଷାକ ପିନ୍ଧି ଗାଁ ବୁଲନ୍ତି । କଥାରେ ଅଛି ଚାଷୀ ଚାଷ କାର୍ଯ୍ୟ କରିବା ପୂର୍ବରୁ ପରିବାର ସହ ହସଖୁସୀରେ ରଜ ଉତ୍ସବ ପାଳନ କରାଯାଇଥାଏ । ପରେ ଚାଷୀ ଚାଷ କାମରେ ଲାଗିପଡିଥାଏ । ବାଲେଶ୍ୱର ସୋରରେ ରଜ ପାଳନ ପାଇଁ ପ୍ରସ୍ତୁତି କିପରି ରହିଛି ଆସନ୍ତୁ ଶୁଣିବା କ’ଣ କହୁଛନ୍ତିି ଲୋକେ ।




