୨୫ ରେ ସର୍ବଦଳୀୟ ବୈଠକ
ଭୁବନେଶ୍ୱର : ଶୀତ ଅଧିବେଶନ ପୂର୍ବରୁ ବସିବ ସର୍ବଦଳୀୟ ବୈଠକ । ନଭେମ୍ବର ୨୫ରେ ବସିବ ବୈଠକ । ବାଚସ୍ପତି ସୁରମା ପାଢ଼ୀ ବୈଠକରେ ଅଧ୍ୟକ୍ଷତା କରିବେ । ଗୃହ ସୁପରିଚାଳନା ନେଇ ବୈଠକରେ ଆଲୋଚନା ହେବ । ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି । ସୂଚନାନୁସାରେ,ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ ବିଧାନସଭାର ଶୀତକାଳିନ ଅଧିବେଶନ । ସେଥିପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ମନ୍ତ୍ରୀ କହିଛନ୍ତି । ଏହି […]
ଭୁବନେଶ୍ୱର : ଶୀତ ଅଧିବେଶନ ପୂର୍ବରୁ ବସିବ ସର୍ବଦଳୀୟ ବୈଠକ । ନଭେମ୍ବର ୨୫ରେ ବସିବ ବୈଠକ । ବାଚସ୍ପତି ସୁରମା ପାଢ଼ୀ ବୈଠକରେ ଅଧ୍ୟକ୍ଷତା କରିବେ । ଗୃହ ସୁପରିଚାଳନା ନେଇ ବୈଠକରେ ଆଲୋଚନା ହେବ । ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ସୂଚନା ଦେଇଛନ୍ତି ।
ସୂଚନାନୁସାରେ,ଆସନ୍ତା ୨୬ ତାରିଖରୁ ଆରମ୍ଭ ହେବ ବିଧାନସଭାର ଶୀତକାଳିନ ଅଧିବେଶନ । ସେଥିପାଇଁ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ଥିବା ମନ୍ତ୍ରୀ କହିଛନ୍ତି । ଏହି ଅଧିବେଶନରେ ରାଜ୍ୟ ସମ୍ବଳିତ ବିଭିନ୍ନ ପ୍ରସଙ୍ଗ ଏବଂ ବିଲ୍ ପାରିତ ହେବ । ଅନ୍ତରୀଣ ବଜେଟ୍ ମଧ୍ୟ ଉପସ୍ଥାପନ ହେବ । ସର୍ବଦଳୀୟ ବୈଠକରେ ଗୃହ ସୁପରିଚାଳନା ନେଇ ମଧ୍ୟ ଆଲୋଚନା ହେବ । ବିରୋଧୀ ଯେଉଁ ପ୍ରସଙ୍ଗ ଉଠାଇଲେ ମଧ୍ୟ ଆଲୋଚନା ପାଇଁ ସରକାର ପ୍ରସ୍ତୁତ ଅଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି ।




