ପ୍ରବଳ ବର୍ଷା ନେଇ ଆସନ୍ତାକାଲି ଭଦ୍ରକ ଜିଲ୍ଲାରେ ସମସ୍ତ ସ୍କୁଲ ଛୁଟି
ଭଦ୍ରକ: ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଭଦ୍ରକ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ଛୁଟି ଘୋଷଣା କରାଯାଇଛି । ଜିଲ୍ଲାପାଳ ଏହି ନିଷ୍ପତ୍ତି ନେଇଛନ୍ତି।ପ୍ରବଳ ବର୍ଷା ଯୋଗୁଁ ଛାତ୍ରଛାତ୍ରୀଙ୍କ ଯାତାୟାତରେ ସମସ୍ୟା ହେବା ସହ ଅଘଟଣର ଆଶଙ୍କା ରହିଥିବାରୁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଛି । ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ସର୍ବାଧିକ ଗୁରୁତ୍ୱ ଦେଇ ଜିଲ୍ଲାପାଳ ଏହି ଛୁଟି ଘୋଷଣା କରିଛନ୍ତି। ଏହି ନିଷ୍ପତ୍ତି ଫଳରେ ଜିଲ୍ଲାର ସମସ୍ତ ଶିକ୍ଷାନୁଷ୍ଠାନରେ ଆସନ୍ତାକାଲି ପାଠପଢ଼ା ବନ୍ଦ ରହିବ।
Tags:




