ଆମ ବସ ଚଳାଇବେ ମହିଳା ଡ୍ରାଇଭର
ଭୁବନେଶ୍ୱର : ମହିଳା ସଶକ୍ତି କାରଣ କ୍ଷେତ୍ରରେ ଆଉ ପାଦେ ଆଗେଇଲା ଓଡିଶା ଇ ଏଣିକି ରାଜ୍ୟ ସରକାରଙ୍କ ଆମ ବସ ଚଳାଇବେ ମହିଳା ଡ୍ରାଇଭର । ମହିଳା ଡ୍ରାଇଭରଙ୍କୁ ପୁଣେରେ ତାଲିମ ଦିଆଯିବ । କ୍ରୁଟ୍ ଆମ ବସ୍ ସେବାକୁ ନେଇ ସମୀକ୍ଷା କରିଛନ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ।
ଆଗାମୀ ଦିନରେ ରାଜ୍ୟରେ ମହିଳା ଯାତ୍ରୀଙ୍କ ସୁରକ୍ଷିତ ଯାତ୍ରା ଓ ସାମ୍ପ୍ରତିକ ପରିସ୍ଥିତିରେ ଜନ ପରିବହନର ବିଶେଷ ଚାହିଦାକୁ ଲକ୍ଷ୍ୟ କରି ଶ୍ରୀ ମହାପାତ୍ର ମହିଳା ଚାଳକଙ୍କ ଉପରେ ଅଧିକ ଗୁରୁତ୍ଵ ଦେଇଛନ୍ତି । ଆଗାମୀ ଜାନୁଆରୀ ୩୧ ତାରିଖରେ କ୍ରୁଟ୍ ପକ୍ଷରୁ ୨୦ ଜଣ ମହିଳା ଇ-ବସ୍ ଚାଳନା ତାଲିମ ନିମନ୍ତେ ପୁନେ ଯାତ୍ରା କରିବେ ।
ଭାରତର ପ୍ରଥମ ସରକାରୀ ଜନ ପରିବହନ ସଂସ୍ଥା ଭାବେ କ୍ରୁଟ୍ ଦୁର୍ଘଟଣା ଗ୍ରସ୍ତ ପରିବାରକୁ ତୁରନ୍ତ ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରିବା ସହିତ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାରଙ୍କ ଭରଣପୋଷଣ ନିମନ୍ତେ ୪ କୋଟିରୁ ଅଧିକ ଟଙ୍କାର ବୀମା ରାଶି ପ୍ରଦାନ କରିଛି ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି ।



