୫ରେ ୨ ଦିନିଆ ଓଡିଶା ଗସ୍ତରେ ଆସିବେ ଅମିତ ଶାହ

୫ରେ ୨ ଦିନିଆ ଓଡିଶା ଗସ୍ତରେ ଆସିବେ ଅମିତ ଶାହ

ଭୁବନେଶ୍ୱର : ମାର୍ଚ୍ଚ ୫ତାରିଖରେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ସ୍ୱରାଷ୍ଟ୍ର ଏବଂ ସମବାୟ ମନ୍ତ୍ରୀ ଅମିତ ଶାହ । ମାର୍ଚ୍ଚ ୬ ତାରିଖରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟ ସୂଚୀ ରହିଛି । କେନ୍ଦ୍ରମନ୍ତ୍ରୀଙ୍କ ଗ୍ରସ୍ତ କାର୍ଯ୍ୟକ୍ରମ ପୂର୍ବରୁ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ପକ୍ଷରୁ ଗୁରୁବାର ଏକ ଉଚ୍ଚସ୍ତରୀୟ ଅନୁଷ୍ଠିତ ହୋଇଯାଇଛି I 

ସମ୍ବନ୍ଧିତ ଖବର ଆର୍‌ଏସ୍‌ଏସ୍‌  ରାଷ୍ଟ୍ର ନିର୍ମାଣରେ ବିଶ୍ବାସ କରେ: ମୋହନ ଭାଗବତ

କାର୍ଯ୍ୟସୂଚୀ ଅନୁସାରେ,ଅମିତ ଶାହ ମାର୍ଚ୍ଚ ୫ ତାରିଖ ସନ୍ଧ୍ୟାରେ ସ୍ବତନ୍ତ୍ର ବାୟୁସେନା ବିମାନରେ ନୂଆଦିଲ୍ଲୀରୁ ଆସି ଭୁବନେଶ୍ୱରରେ ପହଞ୍ଚିବେ । ୬ ତାରିଖ ପୂର୍ବାହ୍ନରେ କଟକ ମୁଣ୍ଡୁଳିସ୍ଥିତ ସିଆଇଏସ୍‌ଏଫ୍‌ର ପ୍ରତିଷ୍ଠା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେ । ଅପରାହ୍ନରେ ଜଟଣୀଠାରେ ଜାତୀୟ ଫୋରେନ୍ସିକ ବିଜ୍ଞାନ ବିଶ୍ୱବିଦ୍ୟାଳୟ (ଏନ୍‌ଏଫ୍‌ଏସ୍‌ୟୁ) ଏବଂ କେନ୍ଦ୍ରୀୟ ଫୋରେନ୍ସିକ ବିଜ୍ଞାନ ପରୀକ୍ଷାଗାର (ସିଏଫ୍‌ଏସ୍‌ଏଲ୍‌)ର ଭୁବନେଶ୍ୱର କ୍ୟାମ୍ପସ ପାଇଁ ଭୂମି ପୂଜନ କରିବା ସହ ଆଭାସି ମାଧ୍ୟମରେ ଏନ୍‌ଏଫ୍‌ଏସ୍‌ୟୁ ଟ୍ରାନ୍‌ଜିଟ କ୍ୟାମ୍ପସ, ଭୁବନେଶ୍ୱରର ଉଦ୍‌ଘାଟନ କରିବେ । ଏହାପରେ ଶାହା ଭୁବନେଶ୍ୱର ପ୍ରଦର୍ଶନୀ ପଡ଼ିଆଠାରେ ନବୀନ ନ୍ୟାୟ ସଂହିତା ପ୍ରଦର୍ଶନୀକୁ ଉଦ୍‌ଘାଟନ କରିବା ସହ ସମବାୟ ଏବଂ ଅନ୍ୟ ବିଭାଗର ପ୍ରକଳ୍ପଗୁଡିକର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବା କାର୍ଯ୍ୟକ୍ରମ ରହିଛି । 

ସମ୍ବନ୍ଧିତ ଖବର ସ୍କୁଲ ଛାତ୍ରୀ ଗଣ ଦୁଷ୍କର୍ମ ଘଟଣାରେ ୫ ଗିରଫ

କେନ୍ଦ୍ରମନ୍ତ୍ରୀଙ୍କ ସିଆଇଏସ୍‌ଏଫ୍‌ର ପ୍ରତିଷ୍ଠା ଦିବସରେ ଯୋଗଦାନକୁ ଦୃଷ୍ଟିରେ ରଖି ଗୋଡ଼ିସାହିରୁ ମୁଣ୍ଡୁଳି ରାସ୍ତାର ବ୍ଲାକ ଟପିଂ ସହିତ ଆଲୋକୀକରଣ, ପରିଷ୍କାର ପରିଚ୍ଛନ୍ନତା ଓ ଆବଶ୍ୟକ ସୌନ୍ଦର୍ଯ୍ୟକରଣ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। 

ସମ୍ବନ୍ଧିତ ଖବର ନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ପଶ୍ଚିମବଙ୍ଗକୁ ୪୮୦ କମ୍ପାନି କେନ୍ଦ୍ରୀୟ ବାହିନୀ ପଠାଇବ ଗୃହ ମନ୍ତ୍ରଣାଳୟ

ସେହିପରି ବୈଠକରେ କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତ ସମୟର କାର୍ଯ୍ୟସୂଚୀ, ସୁରକ୍ଷା ବ୍ୟବସ୍ଥା, ଟ୍ରାଫିକ୍ ଓ ରୁଟ୍ ପ୍ଲାନ, କାର୍ଯ୍ୟକ୍ରମ ସ୍ଥଳର ଆନୁଷଙ୍ଗିକ ପ୍ରସ୍ତୁତି ଉପରେ ବିସ୍ତୃତ ଆଲୋଚନା କରାଯାଇଥିଲା। ବୈଠକରେ ଆଭାସି ମାଧ୍ୟମରେ କଟକ ଜିଲାପାଳ ଯୋଗଦେଇଥିଲେ।କେନ୍ଦ୍ର ଗୃହମନ୍ତ୍ରୀଙ୍କ ଗସ୍ତକୁ ସୁଚାରୁ ଓ ସଫଳ କରିବା ପାଇଁ ସମସ୍ତ ବିଭାଗମାନଙ୍କୁ ପାରସ୍ପରିକ ସମନ୍ୱୟ ରଖି ନିର୍ଦ୍ଧାରିତ ସମୟସୀମା ମଧ୍ୟରେ ସମସ୍ତ ପ୍ରସ୍ତୁତି ସମ୍ପନ୍ନ କରିବାକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି।

 

Tags: