ମଧୁବାବୁ ପେନସନ୍ ଯୋଜନାରେ ଯୋଡି ହେଲେ ଆଉ ୪ଲକ୍ଷ ୧୩ହଜାର ହିତାଧିକାରୀ

ଭୁବନେଶ୍ୱର : ବୃଦ୍ଧି ହେଲା ମଧୁବାବୁ ପେନଶନ ଯୋଜନା ପରିସର I ସାମାଜିକ ସୁରକ୍ଷାକୁ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୪ଲକ୍ଷ ୧୩ହଜାର ହିତାଧିକାରୀଙ୍କୁ ଏଥିରେ ସାମିଲ କରିଛନ୍ତି ଇ ଏହି ଯୋଜନାରେ ମୋଟ ହିତାଧିକାରୀଙ୍କ ସଂଖ୍ୟା ୨୮ଲକ୍ଷ ୬୧ହଜାରରୁ ୩୨ଲକ୍ଷ ୭୫ହଜାରକୁ ବୃଦ୍ଧି ପାଇଛି । ଅଗଷ୍ଟ ୧୫ତାରିଖ ଜନସେବା ଦିବସରେ ନୂଆ ହିତାଧିକାରୀ ସେମାନଙ୍କ ପ୍ରଥମ ପେନସନ୍ ପାଇବେ। ଗ୍ରାମପଞ୍ଚାୟତ ହେଡକ୍ବାଟର୍ ଓ ଓ୍ବାର୍ଡ କାର୍ଯ୍ୟାଳୟରେ ନିର୍ବାଚିତ ପ୍ରତିନିଧିଙ୍କ ଉପସ୍ଥିତିରେ ହିତାଧିକାରୀଙ୍କୁ […]

Samaya Live Picture
Published On

ଭୁବନେଶ୍ୱର : ବୃଦ୍ଧି ହେଲା ମଧୁବାବୁ ପେନଶନ ଯୋଜନା ପରିସର I ସାମାଜିକ ସୁରକ୍ଷାକୁ ଗୁରୁତ୍ବ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଉ ୪ଲକ୍ଷ ୧୩ହଜାର ହିତାଧିକାରୀଙ୍କୁ ଏଥିରେ ସାମିଲ କରିଛନ୍ତି ଇ ଏହି ଯୋଜନାରେ ମୋଟ ହିତାଧିକାରୀଙ୍କ ସଂଖ୍ୟା ୨୮ଲକ୍ଷ ୬୧ହଜାରରୁ ୩୨ଲକ୍ଷ ୭୫ହଜାରକୁ ବୃଦ୍ଧି ପାଇଛି । ଅଗଷ୍ଟ ୧୫ତାରିଖ ଜନସେବା ଦିବସରେ ନୂଆ ହିତାଧିକାରୀ ସେମାନଙ୍କ ପ୍ରଥମ ପେନସନ୍ ପାଇବେ।

ଗ୍ରାମପଞ୍ଚାୟତ ହେଡକ୍ବାଟର୍ ଓ ଓ୍ବାର୍ଡ କାର୍ଯ୍ୟାଳୟରେ ନିର୍ବାଚିତ ପ୍ରତିନିଧିଙ୍କ ଉପସ୍ଥିତିରେ ହିତାଧିକାରୀଙ୍କୁ ପେନସନ୍ ଦିଆଯିବ। କ୍ୟାମ୍ପ କରି ହିତାଧିକାରୀଙ୍କୁ ପେନସନ୍ ବଣ୍ଟନ ପାଇଁ ଜିଲ୍ଲାପାଳଙ୍କୁ ପରାମର୍ଶ ଦିଆଯାଇଛି। କ୍ୟାମ୍ପ କରି ହିତାଧିକାରୀଙ୍କୁ ପେନସନ୍ ବଣ୍ଟନ ପାଇଁ ଜିଲ୍ଲାପାଳଙ୍କୁ ପରାମର୍ଶ ଦିଆଯାଇଛି। ସିଏମଓଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଓ ମୋ ସରକାରରେ ମିଳିଥିବା ଫିଡବ୍ୟାକ ଆଧାରରେ ଅଧିକ ଲୋକଙ୍କୁ ଯୋଜନାରେ ସାମିଲ କରିବାକୁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଫାଇଭ୍-ଟି ସଚିବ ଭିକେ ପାଣ୍ଡିଆନ୍ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ବିଭିନ୍ନ ଜିଲ୍ଲା ଗସ୍ତ କରି ବିକାଶମୂଳକ କାମର ସମୀକ୍ଷା କରିବା ସହ ତୃଣମୂଳସ୍ତରରେ ଲୋକଙ୍କ ସମସ୍ୟା ବୁଝୁଛନ୍ତି।

ବୟସ୍କ, ବିଧବା, ଦିବ୍ୟାଙ୍ଗ, ଅବିବାହିତ ମହିଳା, କୋଭିଡରେ ଅନାଥ ପିଲା, ଏଡସ ରୋଗୀଙ୍କ ଭଳି ବିଭିନ୍ନ କ୍ଷେତ୍ରରେ ପେନସନ୍ ଦିଆଯାଉଛି । ୭୯ବର୍ଷ କିମ୍ବା ତାଠୁ କମ୍ ହିତାଧିକାରୀଙ୍କୁ ମାସିକ ୫ଶହ ଟଙ୍କା, ୮୦ରୁ ଅଧିକ ବୟସ୍କଙ୍କୁ ମାସିକ ୭ଶହ ଟଙ୍କା ଦିଆଯାଉଛି। ସେହିପରି ୪୦ରୁ ୫୯ପ୍ରତିଶତ ଦିବ୍ୟାଙ୍ଗଙ୍କୁ ୫ଶହ, ୬୦ପ୍ରତିଶତରୁ ଅଧିକ ଦିବ୍ୟାଙ୍ଗଙ୍କୁ ୭ଶହ, ୬୦ ପ୍ରତିଶତରୁ ଅଧିକ ଶାରିରୀକ ଅକ୍ଷମତା ଥିବା ୮୦ବର୍ଷରୁ ଅଧିକଙ୍କୁ ମାସିକ ୯ଶହ ଟଙ୍କା ପେନସନ୍ ଦିଆଯାଉଛି । ୪ଲକ୍ଷ ୧୩ହଜାର ଅତିରିକ୍ତ ହିତାଧିକାରୀଙ୍କୁ ଯୋଜନାରେ ସାମିଲ କରିବା ଦ୍ବାରା ରାଜ୍ୟର ସାମାଜିକ ସୁରକ୍ଷା ବ୍ୟବସ୍ଥା ଆହୁରି ସୁଦୃଢ଼ ହେବ।

Tags: