ଆସୁଛି ପୁଣି ଏକ ଲଘୁଚାପ

ଭୁବନେଶ୍ୱର : କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟ । ଆଜି ସାରା ଦେଶରୁ ମୌସୁମୀ ବିଦାୟ ନେବାକୁ ବସିଥିବାବେଳେ ଆସନ୍ତା ୨୧ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଯାହାକି ୨୨ ତାରିଖରେ ଲଘୁଚାପ ଓ ୨୩ ତାରିଖରେ ଅବପାତରେ ପରିଣତ ହେବ । ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଓ ଉପକୂଳ ମୁହାଁଇପାରେ । ତେବେ ଏହା ବାତ୍ୟାର ରୂପ […]

Samaya Live Picture
Published On

ଭୁବନେଶ୍ୱର : କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୁର୍ଣ୍ଣିବଳୟ । ଆଜି ସାରା ଦେଶରୁ ମୌସୁମୀ ବିଦାୟ ନେବାକୁ ବସିଥିବାବେଳେ ଆସନ୍ତା ୨୧ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ । ଯାହାକି ୨୨ ତାରିଖରେ ଲଘୁଚାପ ଓ ୨୩ ତାରିଖରେ ଅବପାତରେ ପରିଣତ ହେବ । ଏହା ଉତ୍ତର-ପଶ୍ଚିମ ଦିଗରେ ଗତି କରି ଓ ଉପକୂଳ ମୁହାଁଇପାରେ । ତେବେ ଏହା ବାତ୍ୟାର ରୂପ ନେବ କି ନାହିଁ ଏନେଇ କୌଣସି ଚିତ୍ର ସ୍ପଷ୍ଟ ହୋଇନାହିଁ । ମାତ୍ର ଜିଏଫଏସ ମଡେଲରେ ବାତ୍ୟା ରୂପ ଏକ ପ୍ରକାର ସ୍ପଷ୍ଟ ଦେଖିବାକୁ ମିଳୁଛି । ଜିଏଫଏସ ମଡେଲ କହୁଛି ସମୁଦ୍ରରେ ଥିବାବେଳେ ଏହା ବାତ୍ୟା ରୂପ ନେଇପାରେ । ମାତ୍ର ଉପକୂଳ ଓ ଛୁଇଁଲାବେଳକୁ ଦୁର୍ବଳ ହୋଇଯିବ । ଏହା ପ୍ରଭାବରେ ଉପକୂଳ ଓଡିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ଥିବା ଜିଏଫଏସ ମଡେଲ ଆକଳନ କରିଛି । ପବନର କୌଣସି ପ୍ରଭାବ ରହିବ ନାହିଁ। ହେଲେ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ୟୁରୋପିଆନ୍‌ ମଡେଲ୍‌ର ଆକଳନ ହେଉଛି ଯେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଅଧିକ ଘନୀଭୂତ ହେବ ନାହିଁ। ସମୁଦ୍ର ମଧ୍ୟରେ ଅବପାତ ରୂପରେ ରହିବ ଏବଂ ଓଡ଼ିଶା ଉପରେ କୌଣସି ପ୍ରଭାବ ପଡ଼ିବ ନାହିଁ ବୋଲି ମଡେଲ କହୁଛି।

ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଅପରାହ୍ଣ ୩ଟାରେ ତାମିଲନାଡ଼ୁର ବହୁ ଦୂରରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ରହିଥିଲା। ଘଣ୍ଟା ପ୍ରତି ୧୨ କିମି ବେଗରେ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରୁଛି । ପୂର୍ବ, ଦକ୍ଷିଣ-ପୂର୍ବ ପୁଡୁଚେରୀ ଠାରୁ ୩୯୦ କିମି ଦୂରରେ ରହିଛି । ଆନ୍ଧ୍ରପ୍ରଦେଶଠାରୁ ୪୫୦ କିମି ଦୂରରେ ରହିଛି । ଏହା ସହ ଚେନ୍ନାଇ ଠାରୁ ପ୍ରାୟ ୩୬୦ କିଲୋମିଟର ଦୂରରେ ଅଛି । ଧୀରେ ଧୀରେ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ୧୭ ତାରିଖରେ ଏହା ଉତ୍ତର ତାମିଲନାଡୁ ଓ ଦକ୍ଷିଣ ଆନ୍ଧ୍ରପ୍ରଦେଶ ତଟରେ ପୁଡୁଚେରୀ ଓ ନେଲୋର ନିକଟରେ ଅବପାତ ଭାବେ ଅତିକ୍ରମ କରିପାରେ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ । ୧୮ ଓ ୧୯ ତାରିଖରେ ଦକ୍ଷିଣ ଉପକୂଳ ଏବଂ ଆଭ୍ୟନ୍ତରୀଣ ଦକ୍ଷିଣରେ ପାଗ ଆଂଶିକ ମେଘୁଆ ରହିବା ସହ ବିକ୍ଷିପ୍ତ ଭାବେ ହାଲୁକାରୁ ସ୍ବଳ୍ପ ବର୍ଷା ହୋଇପାରେ। ୧୯ରୁ ୨୨ ତାରିଖ ମଧ୍ୟରେ ଉତ୍ତର-ପୂର୍ବା ପବନ ବହିବା ସହ ରାଜ୍ୟର ବିଭିନ୍ନ ସ୍ଥାନରେ ରାତିର ତାପମାତ୍ରା ଏକରୁ ଦେଢ଼ ଡିଗ୍ରି କମିପାରେ। ୨୧ ତାରିଖରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ୨୩ ତାରିଖରେ ଏହା ଅବପାତରେ ପରିଣତ ହେବା ସହ ଉତ୍ତର-ଉତ୍ତରପଶ୍ଚିମ ଦିଗରେ ଗତି କରିବ। ପ୍ରଭାବରେ ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ମେଘୁଆ ପାଗ ରହିବ। ଦିନ ସମୟରେ କୋହଲା ଓ ରାତି ତାପମାତ୍ରା ପ୍ରାୟ ଦେଢ଼ ଡିଗ୍ରି ବଢ଼ିବା ସହ ବର୍ଷା ହେବ।

Tags: