ସୃଷ୍ଟି ହେଲା ଆଉ ଏକ ଲଘୁଚାପ ୨୯ ଯାଏଁ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୬ରୁ ୨୯ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । କିଛି […]

ସୃଷ୍ଟି ହେଲା ଆଉ ଏକ ଲଘୁଚାପ ୨୯ ଯାଏଁ ପ୍ରବଳ ବର୍ଷା ସମ୍ଭାବନା
Samaya Live Picture
Published On

ଭୁବନେଶ୍ବର : ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଛି। ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ଏହାର ପାର୍ଶ୍ବବର୍ତ୍ତୀ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଅଞ୍ଚଳରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତା ୪୮ଘଣ୍ଟା ମଧ୍ୟରେ ସେହି ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି।

ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୨୬ରୁ ୨୯ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭାରତୀୟ ପାଣିପାଗ ବିଭାଗ । କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବୋହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି।

ସେହିଭଳି ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଗଜପତି ଓ ରାୟଗଡ଼ା ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ଏହି ସମୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି । ୩୦ ତାରିଖରୁ ପୁଣି ବର୍ଷା ପରିମାଣ କମିବ ।

Tags: