ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସମ୍ଭାବନା
ଭୁବନେଶ୍ଵର : ବଙ୍ଗୋପସାଗରରେ ପଛକୁ ପଛ ୨ଟି ଲଘୁଚାପ । ପ୍ରଥମ ଲଘୁଚାପଟି ସକ୍ରିୟ ହୋଇ ଆଗକୁ ବଢ଼ୁଥିବାବେଳେ ପଛକୁ ଆଉ ଏକ ଲଘୁଚାପ ଦାନାବାନ୍ଧିଲାଣି। ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ୨୪ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହି ଲଘୁଚାପଟି ଅଧିକ ଘନୀଭୂତ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ସେପଟେ ରାଜ୍ୟର ବିଭିନ୍ନ ଜିଲାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ […]
ଭୁବନେଶ୍ଵର : ବଙ୍ଗୋପସାଗରରେ ପଛକୁ ପଛ ୨ଟି ଲଘୁଚାପ । ପ୍ରଥମ ଲଘୁଚାପଟି ସକ୍ରିୟ ହୋଇ ଆଗକୁ ବଢ଼ୁଥିବାବେଳେ ପଛକୁ ଆଉ ଏକ ଲଘୁଚାପ ଦାନାବାନ୍ଧିଲାଣି। ଦକ୍ଷିଣ ଆଣ୍ଡାମାନ ସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଯାହାର ପ୍ରଭାବରେ ୨୪ତାରିଖ ବେଳକୁ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହି ଲଘୁଚାପଟି ଅଧିକ ଘନୀଭୂତ ହେବାର ଯଥେଷ୍ଟ ସମ୍ଭାବନା ରହିଛି । ସେପଟେ ରାଜ୍ୟର ବିଭିନ୍ନ ଜିଲାରେ ଆଗାମୀ ୫ ଦିନ ପର୍ଯ୍ୟନ୍ତ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମଧରଣର ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆକଳନ କରାଯାଇଛି।
ବିଶେଷକରି ଦକ୍ଷିଣ ଓ ଉପକୂଳ ଓଡ଼ିଶା ସମେତ ଉତ୍ତର ଓଡ଼ିଶାରେ ବର୍ଷାର ପ୍ରଭାବ ରହିବ। ବିଜୁଳି, ଘଡ଼ଘଡ଼ି ସହ ଝଟକା ପବନର ସମ୍ଭାବନା ଥିବାବେଳେ ଏହି ସମୟରେ ଚାଷୀଙ୍କୁ ସାବଧାନତା ଅବଲମ୍ବନ ସହ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।
୧୬ ରୁ ୨୭ ତାରିଖ ବେଳକୁ ଯେଉଁ ସିଷ୍ଟମ ସୃଷ୍ଟି ହେବ ଅଧିକ ଘନୀଭୂତ ସମ୍ଭାବନା ରହିଛି । ପ୍ରଥମଟିର ବେଶୀ ପ୍ରଭାବ ନ ପଡ଼ିପାରେ, ଦ୍ୱିତୀୟର ପ୍ରଭାବ ବେଶୀ ରହିବ। ମାତ୍ର ୩ଟି ଲଘୁଚାପ ନେଇ IMD ପକ୍ଷରୁ ସ୍ପଷ୍ଟ କରାଯାଇ ନାହିଁ।
ସେପଟେ ସମ୍ଭାବ୍ୟ ବାତ୍ୟା ଓ ଲଘୁଚାପଜନିତ ବର୍ଷା ନେଇ ଆଲର୍ଟରେ ପ୍ରଶାସନ। ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ।
ସବୁ ସ୍ଥିତିର ମୁକାବିଲା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ଅଛନ୍ତି। ସମସ୍ତ ଜିଲ୍ଲା ପ୍ରଶାସନକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟା ନେଇ ଆମେରିକାର ଏକ ସଂସ୍ଥା ଆକଳନ କରୁଛି।
କିନ୍ତୁ ଭାରତୀୟ ପାଣିପାଗ ସଂସ୍ଥା ଏଯାଏଁ କେବଳ ବର୍ଷା ଆକଳନ କରିଛି। ରିପୋର୍ଟ ଅନୁଯାୟୀ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ସମ୍ଭାବନା ରହିଛି। ଦକ୍ଷିଣ ଓଡ଼ିଶାରେ ରେଡ୍ ଓ ଉପକୂଳରେ ଅରେଞ୍ଜ ଆଲର୍ଟ ରହିଛି।




