ବଙ୍ଗୋପସାଗର ପୁଣି ଏକ ଲଘୁଚାପ ସୃଷ୍ଟି ସମ୍ଭାବନା
ଭୁବନେଶ୍ୱର : ଆସନ୍ତା କାଲି ଠାରୁ ପୁଣି ରାଜ୍ୟରେ ବର୍ଷା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଦକ୍ଷିଣ ମିଆଁମାର ଉପକୂଳ ଏବଂ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜି ଠାରୁ ରାଜ୍ୟରେ ବର୍ଷା ହେବା ସମ୍ଭାବନା ରହିଛି । ଏନେଇ ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ ବିଭାଗ । ଆଜି ପଶ୍ଚିମ ଏବଂ ଉତ୍ତର ଓଡ଼ିଶାରେ ବର୍ଷା […]
ଭୁବନେଶ୍ୱର : ଆସନ୍ତା କାଲି ଠାରୁ ପୁଣି ରାଜ୍ୟରେ ବର୍ଷା । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ୨୪ ଘଣ୍ଟାରେ ଲଘୁଚାପ ସୃଷ୍ଟି ସମ୍ଭାବନା । ଦକ୍ଷିଣ ମିଆଁମାର ଉପକୂଳ ଏବଂ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗର ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆଜି ଠାରୁ ରାଜ୍ୟରେ ବର୍ଷା ହେବା ସମ୍ଭାବନା ରହିଛି । ଏନେଇ ସ୍ପଷ୍ଟ କରିଛି ଭାରତୀୟ ପାଣିପାଗ ବିଭାଗ । ଆଜି ପଶ୍ଚିମ ଏବଂ ଉତ୍ତର ଓଡ଼ିଶାରେ ବର୍ଷା ହେବା ସହିତ ଆସନ୍ତା କାଲି ଠାରୁ ୩ ଦିନ ଯାଏଁ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି IMD । ବଡ଼ ଧରଣର ବର୍ଷା ପାଇଁ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ।


