୨୯ ବେଳକୁ ପୁଣି ଏକ ଲଘୁଚାପ,୩ ଦିନ ଯାଏଁ ପ୍ରବଳ ବର୍ଷା
ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ ଜନିତ ଲଗାଣ ବର୍ଷା I ଆସନ୍ତା ୨୯ ବେଳକୁ ପୂର୍ବ ଓ ଉତ୍ତର ବଙ୍ଗୋପସାଗରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି। ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୧ ତାରିଖ […]
ଭୁବନେଶ୍ୱର : ରାଜ୍ୟରେ ସକ୍ରିୟ ରହିଛି ଲଘୁଚାପ ଜନିତ ଲଗାଣ ବର୍ଷା I ଆସନ୍ତା ୨୯ ବେଳକୁ ପୂର୍ବ ଓ ଉତ୍ତର ବଙ୍ଗୋପସାଗରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପୂର୍ବାନୁମାନ କରିଛି।
ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ୧ ତାରିଖ ଯାଏ ରାଜ୍ୟରେ ଜାରି ରହିବ ବର୍ଷା । ନାଗାବଳୀ, ବଂଶଧାରା ଓ ଋଷିକୂଲ୍ୟା ନଦୀ ମୁହାଣରେ ଅଧିକ ବର୍ଷା ହେବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। ଆସନ୍ତା ୨୪ ଘଣ୍ଟା ପାଇଁ ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ଦେଓଗଡ଼ ଜିଲ୍ଲାକୁ ଜାରି ହୋଇଛି ୟେଲୋ ୱାର୍ଣ୍ଣିଂ।
ସେହିପରି ମଙ୍ଗଳବାର ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୬ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱର ଜିଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।




