ପୁଣି ଏକ ଲଘୁଚାପ ସୃଷ୍ଟି , ୩ ଦିନ ମଧ୍ୟରେ ବର୍ଷା ସମ୍ଭାବନା
ଭୁବନେଶ୍ୱର : ସୃଷ୍ଟି ହେଲା ପୁଣି ଏକ ଲଘୁଚାପ କ୍ଷେତ୍ର I ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଧୀରେ ଧୀରେ ଘନୀଭୂତ ହୋଇ ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗ ମୁହାଁ ହେବ । ପ୍ରଭାବରେ ଆଗାମୀ ୩ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। […]
ଭୁବନେଶ୍ୱର : ସୃଷ୍ଟି ହେଲା ପୁଣି ଏକ ଲଘୁଚାପ କ୍ଷେତ୍ର I ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଲଘୁଚାପରେ ପରିଣତ ହୋଇଛି । ଏହା ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଧୀରେ ଧୀରେ ଘନୀଭୂତ ହୋଇ ଉତ୍ତର ଓଡିଶା ଓ ପଶ୍ଚିମବଙ୍ଗ ମୁହାଁ ହେବ । ପ୍ରଭାବରେ ଆଗାମୀ ୩ ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ଏହି ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ। ଏହା ପ୍ରଭାବରେ ଆଜି ଉତ୍ତର ଓଡିଶା ଓ ଏହାର ସଂଲଗ୍ନ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ସେହିପରି ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାର ବିସ୍ତୃତ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଥିବା ବେଳ ପୁରୀ, କଟକ, ଖୋର୍ଦ୍ଧା, ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ସମ୍ବଲପୁର, ଅନୁଗୁଳ ଏବଂ ଢେଙ୍କାନାଳ ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ସମ୍ଭାବନା ରହିଥିବାବେଳେ ରାଜ୍ୟରେ ୩୦ ତାରିଖରୁ ବର୍ଷାର ପରିମାଣ ବଢିବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।
ଏହାକୁ ଦୃଷ୍ଟିରେ ରଖି ଆସନ୍ତା ୨ ଦିନ ପାଇଁ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଥିବା ବେଳେ ପରବର୍ତ୍ତୀ ଦୁଇ ଦିନ ଅର୍ଥାତ୍ ୧ ଓ ୨ରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଆଶଙ୍କା କରି ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ଅରେଞ୍ଜ ଆଲର୍ଟ ଜାରି କରିଛି।




