ଆଗାମୀ ୭୨ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ,ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ଵର : ଆସୁଛି ଆଉ ଏକ ବଡ଼ ବର୍ଷା I ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ମିଆଁମାର ଉପକୂଳରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଫଳରେ ଆସନ୍ତା ୭୨ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ଏହି ଘୁର୍ଣ୍ଣିବଳୟଟି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ୩.୧ ରୁ ୭.୬ କିମି ମଧ୍ୟରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ୧୫ ତାରିଖ ପର୍ଯ୍ୟନ୍ତ ଅବିଶ୍ରାନ୍ତ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ […]
ଭୁବନେଶ୍ଵର : ଆସୁଛି ଆଉ ଏକ ବଡ଼ ବର୍ଷା I ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ମିଆଁମାର ଉପକୂଳରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଫଳରେ ଆସନ୍ତା ୭୨ ଘଣ୍ଟା ମଧ୍ୟରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ। ଏହି ଘୁର୍ଣ୍ଣିବଳୟଟି ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ମିଆଁମାର ଉପକୂଳସ୍ଥ ବାୟୁମଣ୍ଡଳରେ ୩.୧ ରୁ ୭.୬ କିମି ମଧ୍ୟରେ ସକ୍ରିୟ ରହିଛି । ଏହାର ପ୍ରଭାବରେ ୧୫ ତାରିଖ ପର୍ଯ୍ୟନ୍ତ ଅବିଶ୍ରାନ୍ତ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
ସୂଚନାନୁଯାୟୀ, ଆସନ୍ତା ୧୦ ଦିନରେ ରାଜ୍ୟରେ ଦୁଇ ଦୁଇଟି ଲଘୁଚାପ ସୃଷ୍ଟି ହେବ । ୧୨ ଓ ୧୯ ତାରିଖରେ ଉତ୍ତର ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ଲଘୁଚାପର ରୂପ ନେବ । ଲଘୁଚାପ ପ୍ରଭାବରେ ରାଜ୍ୟରେ ଭାରି ବର୍ଷା ହେବ ବୋଲି ବରିଷ୍ଠ ପାଣିପାଗ ବିଶେଷଜ୍ଞ ଡକ୍ଟର ସୁରେନ୍ଦ୍ର ନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି ।
ସେହିପରି ୧୧ ତାରିଖରେ ରାଜ୍ୟର ବିଭିନ୍ନ ସ୍ଥାନରେ ସ୍ୱଳ୍ପ ବର୍ଷା ହେବ । ତେବେ ୧୨ ତାରିଖରେ ହେବାକୁ ଥିବା ଲଘୁଚାପ ବଳୟ ଯୋଗୁଁ ବର୍ଷା ବଢିବ । ୧୩ରେ ଏହା ଲଘୁଚାପରେ ପରିଣତ ହେବ । ୧୩ ଓ ୧୪ ଦୁଇଦିନ ରାଜ୍ୟର ଅନେକ ସ୍ଥାନରେ ମଧ୍ୟମ ଧରଣ ବର୍ଷା ହେବ । କିଛି ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ୧୫ ଓ ତାରିଖରେ ରାଜ୍ୟର ବିସ୍ତୃତ ଅଞ୍ଚଳରେ ମଧ୍ୟମ ଧରଣର ବର୍ଷା ହୋଇ ପାରେ ବୋଲି ସେ କହିଛନ୍ତି। ସେହିପରି ୧୯ ତାରିଖରେ ଉତ୍ତର ବଙ୍ଗୋପସାଗର ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ୪୮ ଘଣ୍ଟାରେ ଏହା ଲଘୁଚାପର ରୂପ ନେବ । ଏହାର ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହେବ ।




