ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ,୨୫ ତାରିଖରେ ଘୁର୍ଣ୍ଣିବଳୟ ସମ୍ଭାବନା
ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ I ଚଳିତମାସ ଶେଷ ସପ୍ତାହରେ ବଙ୍ଗୋପସାଗରରେ ଲଘୁଚାପ ହେବାର ସମ୍ଭାବନା ରହିଛି I ଆସନ୍ତା ୨୫ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଘୂର୍ଣ୍ଣିବଳୟ ୨୬ ତାରିଖ ଆଡକୁ ଲଘୁଚାପର ରୂପ ନେବା ପରେ ୨୭ରେ ଅବପାତରେ ପରିଣତ ହୋଇପାରେ । କ୍ରମେ ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦୁଗରେ ଗତି କରିବା […]
ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ I ଚଳିତମାସ ଶେଷ ସପ୍ତାହରେ ବଙ୍ଗୋପସାଗରରେ ଲଘୁଚାପ ହେବାର ସମ୍ଭାବନା ରହିଛି I ଆସନ୍ତା ୨୫ ତାରିଖ ବେଳକୁ ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏହି ଘୂର୍ଣ୍ଣିବଳୟ ୨୬ ତାରିଖ ଆଡକୁ ଲଘୁଚାପର ରୂପ ନେବା ପରେ ୨୭ରେ ଅବପାତରେ ପରିଣତ ହୋଇପାରେ । କ୍ରମେ ଏହା ପଶ୍ଚିମ ଉତ୍ତର-ପଶ୍ଚିମ ଦୁଗରେ ଗତି କରିବା ବୋଲି ଅନୁମାନ କରାଯାଉଛି I ତେବେ ଲଘୁଚାପ କ୍ଷେତ୍ରଟି ଅବପାତରେ ପରିଣତ ହେବା ପରେ କେଉଁ ରୂପ ନେବ ତାହା ସ୍ପଷ୍ଟ ହୋଇନି।
ପାଣିପାଗ ବିଭାଗ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ୨୫ ତାରିଖରେ ଦକ୍ଷିଣ ଆଣ୍ଡାମାନ ସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଯାହା ପ୍ରଭାବରେ ୨୬ ତାରିଖ ବେଳକୁ ଏକ ଲଘୁଚାପ ଆଣ୍ଡାମାନ ସାଗର ନିକଟରେ ସୃଷ୍ଟି ହେବ । ଲଘୁଚାପ ସୃଷ୍ଟି ପରେ ତାହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ଯାହାର ପ୍ରଭାବରେ ଉପକୂଳ ଅଞ୍ଚଳର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଘୂର୍ଣ୍ଣିବଳୟ ସୃଷ୍ଟି ହେବା ପରେ କେଉଁ କେଉଁ ଜିଲ୍ଲାରେ ବର୍ଷା ହେବ ତାହା ସ୍ପଷ୍ଟ ହୋଇଯିବ ।




