ଆସୁଛି ଆଉ ଏକ ଲଘୁଚାପ : ୩ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ୩ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଉତ୍ତର ବଙ୍ଗୋପସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ । ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୩ ତାରିଖରୁ ପାଗର ପରିବର୍ତ୍ତନ ହେବ। ବାୟୁ ଚଳନରେ […]

Samaya Live Picture
Published On

ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ୩ ତାରିଖ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିବଳୟ । ଉତ୍ତର ବଙ୍ଗୋପସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପରବର୍ତ୍ତୀ ୪୮ ଘଣ୍ଟାରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ସମ୍ଭାବ୍ୟ ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ପରିମାଣ ବଢ଼ିବ ।

ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ୩ ତାରିଖରୁ ପାଗର ପରିବର୍ତ୍ତନ ହେବ। ବାୟୁ ଚଳନରେ ପରିବର୍ତ୍ତନ ସମ୍ଭାବନା ହେତୁ ରାଜ୍ୟରେ ୩ ତାରିଖରୁ ବର୍ଷାର ବିସ୍ତୃତି ବଢିବ। ତେବେ ୩ ଓ ୪ ତାରିଖରେ ରାଜ୍ୟରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି।

ବତ୍ତମାନ ରାଜ୍ୟରେ ଅସମ୍ଭବ ଭାବରେ ତାତି ଓ ଗୁଳୁଗୁଳି ବଢିଛି । ପାଣିପାଗ ବିଭାଗ ପୂର୍ବାନୁମାନ ଅନୁସାରେ, ଆହୁରି ୪୮ ଘଣ୍ଟା ରାଜ୍ୟରେ ଗୁଳୁଗୁଳି ଅନୁଭୂତ ହେବ । ଦୁର୍ବଳ ମୌସୁମୀ ପ୍ରବାହ ପାଇଁ ଉପକୂଳ ଓଡ଼ିଶାରେ ଦିନ ତାପମାତ୍ରା ସ୍ବାଭାବିକ ଠାରୁ ୩ରୁ ୪ ଡିଗ୍ରୀ ଅଧିକ ରେକର୍ଡ ହେଉଛି । ଆର୍ଦ୍ରତା ଦିନ ତମାମ ୬୦% କିମ୍ବା ଅଧିକ ରହୁଥିବାରୁ ଗୁଳୁଗୁଳି ଲାଗିରହୁଛି । ଯେ ପର୍ଯ୍ୟନ୍ତ ବର୍ଷା ନହୋଇଛି ସେପର୍ଯ୍ୟନ୍ତ ଏମିତି ପାଗ ଲାଗି ରହିବ ବୋଲି ସୂଚାଇଛି ପାଣିପାଗ ବିଭାଗ ।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଶୁକ୍ରବାର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବଲାଙ୍ଗିର, ସୋନପୁର, ବୌଦ୍ଧ, ସମ୍ବଲପୁର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଯାଜପୁର ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସିହତ ବର୍ଷା ଆଶଙ୍କା ରହିଛି। ଶନିବାର କିଛି ଜିଲ୍ଲାରେ ବର୍ଷା ବଢ଼଼ିବା ସହିତ ରିବାରଠାରୁ ବର୍ଷାର ବିସ୍ତୃତି ସହିତ ଅଞ୍ଚଳୱାରୀ ମଧ୍ୟ ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ରରୁ ସୂଚନା ମିଳିଛି ।

Tags: