ଆସୁଛି ଆଉ ଏକ ଲଘୁଚାପ,୩ ଦିନ ଯାଏଁ ପ୍ରବଳ ବର୍ଷା
ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ଉପକୂଳ ଆନ୍ଧ୍ରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପରବର୍ତ୍ତୀ ଦୁଇଦିନ ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତ୍ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ପୁଣି ଭିଜିବ ଓଡିଶା। ଆଗାମୀ ୩ ଦିନ ଯାଏଁ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଆଜି ପାଇଁ ଦକ୍ଷିଣ ଓଡ଼ିଶା ସମେତ ୮ଟି […]
ଭୁବନେଶ୍ୱର: ଦକ୍ଷିଣ ଓଡ଼ିଶା ଏବଂ ଏହାର ପାର୍ଶ୍ବବର୍ତ୍ତୀ ଉତ୍ତର-ଉପକୂଳ ଆନ୍ଧ୍ରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପରବର୍ତ୍ତୀ ଦୁଇଦିନ ମଧ୍ୟରେ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତ୍ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି। ଏହା ପ୍ରଭାବରେ ପୁଣି ଭିଜିବ ଓଡିଶା। ଆଗାମୀ ୩ ଦିନ ଯାଏଁ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।
ଆଜି ପାଇଁ ଦକ୍ଷିଣ ଓଡ଼ିଶା ସମେତ ୮ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଜି ଏବଂ ଆସନ୍ତାକାଲି ସାରା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।
ଆଜି ମାଲକାନଗିରି ଏବଂ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା ଅଛି। ସେହିପରି ଆସନ୍ତା ୨୪ଘଣ୍ଟାରେ କୋରାପୁଟ, ମାଲକାନଗିରି, ନବରଙ୍ଗପୁର ସହ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ସମ୍ବଲପୁର, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ବଲାଙ୍ଗିର, କନ୍ଧମାଳ ଏବଂ ରାୟଗଡ଼ା ଜିଲାକୁ ବଜ୍ରପାତ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।




