ଆସୁଛି ଆଉ ଏକ ଲଘୁଚାପ,୨୪ ରୁ ବଢିବ ବର୍ଷା
ଭୁବନେଶ୍ୱର : ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ସମ୍ଭାବନା । ଆସନ୍ତା ୨୪ରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ପ୍ରଭାବରେ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେବେ ଆସନ୍ତାକାଲିଠାରୁ ଓଡ଼ିଶାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲାରେ ଅରେଞ୍ଜ ଓ ୟେଲୋ ଆଲର୍ଟ ହୋଇଛି । ଆଜି ପ୍ରବଳ ବର୍ଷା ପାଇଁ ୨ଜିଲ୍ଲା […]
ଭୁବନେଶ୍ୱର : ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ସମ୍ଭାବନା । ଆସନ୍ତା ୨୪ରେ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ପ୍ରଭାବରେ ୨୮ ତାରିଖ ସକାଳ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ତେବେ ଆସନ୍ତାକାଲିଠାରୁ ଓଡ଼ିଶାରେ କେତେକ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ବିଭିନ୍ନ ଜିଲାରେ ଅରେଞ୍ଜ ଓ ୟେଲୋ ଆଲର୍ଟ ହୋଇଛି ।
ଆଜି ପ୍ରବଳ ବର୍ଷା ପାଇଁ ୨ଜିଲ୍ଲା ମାଲକାନଗିରି ଏବଂ କୋରାପୁଟକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ କଟକ ଓ ନୟାଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇ ଥିବାବେଳେ ଅନ୍ୟ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ପାଣିପାଗ ବିଭାଗ । ୨୪ରୁ ରାଜ୍ୟରେ ବର୍ଷା ବିସ୍ତୁତି ଏବଂ ପରିମାଣ ବଢିବ। ପ୍ରଭାବିତ ଜିଲ୍ଲା ଗୁଡିକରେ ବର୍ଷା ସହ ବଜ୍ରପାତ ଓ ଘଣ୍ଟା ପ୍ରତି ୩୦କି.ମି. ବେଗରେ ପବନ ବହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।




