ଆସୁଛି ଆଉ ଏକ ଲଘୁଚାପ,୧୨ ତାରିଖ ଯାଏଁ ଜାରି ରହିବ ବର୍ଷା

ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ,ପଛକୁ ପଛ ଲଘୁଚାପ ଲାଗି ରହିଛି ଇ ମୌସୁମୀ ବର୍ଷା ସହ ଲଘୁଚାପ ଜନିତ ଲଗାଣ ବର୍ଷାରେ କେତେକ ସ୍ଥାନରେ ସ୍ଥିତି ବେହାଲ ହେଲାଣି I ତେବେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି । ଗାଙ୍ଗେୟ-ପଶ୍ଚିମବଙ୍ଗ ଉପତ୍ୟକାରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଜି ଭୀଷଣ ବର୍ଷା ହେବା ନେଇ […]

ଆସୁଛି ଆଉ ଏକ ଲଘୁଚାପ,୧୨ ତାରିଖ ଯାଏଁ ଜାରି ରହିବ ବର୍ଷା
Samaya Live Picture
Published On

ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ସକ୍ରିୟ ଥିବାବେଳେ ,ପଛକୁ ପଛ ଲଘୁଚାପ ଲାଗି ରହିଛି ଇ ମୌସୁମୀ ବର୍ଷା ସହ ଲଘୁଚାପ ଜନିତ ଲଗାଣ ବର୍ଷାରେ କେତେକ ସ୍ଥାନରେ ସ୍ଥିତି ବେହାଲ ହେଲାଣି I ତେବେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି । ଗାଙ୍ଗେୟ-ପଶ୍ଚିମବଙ୍ଗ ଉପତ୍ୟକାରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏନେଇ ଆଜି ଭୀଷଣ ବର୍ଷା ହେବା ନେଇ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୮ଟି ଜିଲ୍ଲାକୁ ଜାରି ହୋଇଛି ଅରେଞ୍ଜ ୱାର୍ଣ୍ଣିଂ। ଏହି ଜିଲ୍ଲା ଗୁଡିକ ମଧ୍ୟରେ କେନ୍ଦୁଝର, ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼ ଓ ନୂଆପଡ଼ା ଜିଲ୍ଲାର କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ଭାରୀ ବର୍ଷା ହେବ।

ସେହିଭଳି ଉପକୂଳ, ଉତ୍ତର ଓ ପଶ୍ଚିମ ଓଡ଼ିଶାର ୧୪ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି। ଝଡ଼ବର୍ଷା ସହିତ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ବହିପାରେ ପବନ। ୧୨ ତାରିଖ ଯାଏଁ ରାଜ୍ୟକୁ ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।

Tags: