ଆସୁଛି ପୁଣି ଏକ ଲଘୁଚାପ ଆଜି ପାଇଁ ମୟୁରଭଞ୍ଜ ଏବଂ କେନ୍ଦୁଝରକୁ ରେଡ ୱାର୍ଣ୍ଣିଂ

ଭୁବନେଶ୍ୱର : ପଛକୁ ପଛ ଆସୁଛି ୨ଟି ଲଘୁଚାପ । ଏହାକୁ ନେଇ ପ୍ରବଳ ବର୍ଷା ସମ୍ଭାବନା । ଆଗାମୀ ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ। ଆଜି ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼,ଯାଜପୁର ଏବଂ ଜଗତସିଂହପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା […]

ଆସୁଛି ପୁଣି ଏକ ଲଘୁଚାପ ଆଜି ପାଇଁ ମୟୁରଭଞ୍ଜ ଏବଂ କେନ୍ଦୁଝରକୁ ରେଡ ୱାର୍ଣ୍ଣିଂ
Samaya Live Picture
Published On

ଭୁବନେଶ୍ୱର : ପଛକୁ ପଛ ଆସୁଛି ୨ଟି ଲଘୁଚାପ । ଏହାକୁ ନେଇ ପ୍ରବଳ ବର୍ଷା ସମ୍ଭାବନା । ଆଗାମୀ ୨୪ ଘଣ୍ଟାରେ ସୃଷ୍ଟି ହେବ ଲଘୁଚାପ। ଆଜି ୬ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ବେଳେ ମୟୂରଭଞ୍ଜ ଏବଂ କେନ୍ଦୁଝର ଜିଲ୍ଲାକୁ ରେଡ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼,ଯାଜପୁର ଏବଂ ଜଗତସିଂହପୁର ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହା ସହ ୯ ଜିଲ୍ଲାରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

ଆସନ୍ତାକାଲି ପ୍ରବଳରୁ ଅତିପ୍ରବଳ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ପାଇଁ ୬ ଜିଲ୍ଲା ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଓ ବରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି ।

ଲଘୁଚାପ ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ପାଗ ଉପରେ ନଜର ରଖିବା ଏବଂ ବଜ୍ରପାତରୁ ନିଜକୁ ରକ୍ଷା କରିବା ପାଇଁ ସୁରକ୍ଷିତ ସ୍ଥାନକୁ ଯିବାକୁ ପ୍ରସ୍ତୁତ ରହିବାକୁ ଲୋକଙ୍କୁ ପରାମର୍ଶ ଦିଆଯାଇଛି ।

ଉତ୍ତର ମଧ୍ୟପ୍ରଦେଶର ମଧ୍ୟ ଭାଗ ଏବଂ ତାର ପାର୍ଶ୍ଵବର୍ତ୍ତୀ ଅଞ୍ଚଳ ଗୋଟିଏ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଅନ୍ୟ ଏକ ଘୂର୍ଣ୍ଣିବଳୟ ଉତ୍ତର ବଙ୍ଗୋପସାଗର ଉପରେ । ଦୁଇ ଦୁଇଟି ଘୂର୍ଣ୍ଣିବଳୟ ପ୍ରଭାବରେ ଦୁଇଟି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି ।

ଗୋଟିଏ ଲଘୁଚାପ କ୍ଷେତ୍ର ଉତ୍ତରପଶ୍ଚିମ ମଧ୍ୟପ୍ରଦେଶ ଓ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ । ଅନ୍ୟ ଏକ ଲଘୁଚାପ କ୍ଷେତ୍ର ପଶ୍ଚିମବଙ୍ଗ ଏବଂ ଓଡିଶା ଉପକୂଳରେ ସୃଷ୍ଟି ହେବ । ଏହାର ପ୍ରଭାବରେ ରାଜ୍ୟରେ ପୁଣି ପ୍ରବଳ ବର୍ଷା ସମ୍ଭାବନା ରହିଛି ।

Tags: