ଆସୁଛି ଆଉ ଏକ ଲଘୁଚାପ , ଭୀଷଣ ବର୍ଷା ନେଇ ୨୨ ଜିଲ୍ଲାକୁ ୟେଲୋଓ୍ଵାର୍ଣ୍ଣିଂ
ଭୁବନେଶ୍ୱର : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ I ଏହା ୨୪ ଘଣ୍ଟାରେ ନେବ ଲଘୁଚାପର ରୂପ । ପରେ ଘନୀଭୁତ ହୋଇ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହୋଇ ପଶ୍ଚିମ-ଉତ୍ତର-ଦିଗରେ ମୂହାଇଁ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶକୁ ଗତି କରିବ। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। […]
ଭୁବନେଶ୍ୱର : ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ I ଏହା ୨୪ ଘଣ୍ଟାରେ ନେବ ଲଘୁଚାପର ରୂପ । ପରେ ଘନୀଭୁତ ହୋଇ ଓ୍ବେଲମାର୍କ ଲୋପ୍ରେସରରେ ପରିଣତ ହୋଇ ପଶ୍ଚିମ-ଉତ୍ତର-ଦିଗରେ ମୂହାଇଁ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶକୁ ଗତି କରିବ। ଏହାର ପ୍ରଭାବରେ ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଆଜି ଅପରାହ୍ନରେ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ଫଳରେ ଆସନ୍ତା ୫ ଦିନ ମଧ୍ୟରେ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏଥିସହ ଆସନ୍ତା ଦୁଇ ଦିନ ମଧ୍ୟରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହି ପରିପ୍ରେକ୍ଷୀରେ ବଜ୍ରପାତରୁ ରକ୍ଷା ପାଇବା ପାଇଁ ବଜ୍ରପାତ ସମୟରେ ସୁରକ୍ଷିତ ଆଶ୍ରୟ ନେବାକୁ ପରାମର୍ଶ ଦିଆଯାଇଛି।
ଏହାରି ପ୍ରଭାବରେ ଆଜି ଅତିଭୀଷଣ ବର୍ଷା ନେଇ ୬ ଜିଲ୍ଲାକୁ ରେଡ ଆଲର୍ଟ ଜାରି କରାଯାଛିି। କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ, ମାଲକାନଗିରିକୁ ରେଡ ଆଲର୍ଟ ଜାରି କରାଯାଇଛି। ଏହି ଜିଲ୍ଲାଗୁଡିକରେ ଭୀଷଣ ବର୍ଷା ସମ୍ଭାବନା ରହିଥିବା ବେଳେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ରାୟଗଡା, ବୌଦ୍ଧ, ସୋନପୁର, ନୂଆପଡାକୁ ସତର୍କ ସୂଚନା ଜାରି ହୋଇଛି। ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ସତର୍କତା ଜାରି ହୋଇଛି। ତେବେ, ଆସନ୍ତା ୨୪ ଘଣ୍ଟା ମଧ୍ୟରେ, ଅର୍ଥାତ୍ ୧୩ ସେପ୍ଟେମ୍ବର, ବୁଧବାର ଅପରାହ୍ନ ମଧ୍ୟରେ ଉପକୂଳ ଓଡ଼ିଶା, ଆଭ୍ୟନ୍ତରୀଣ ଓଡ଼ିଶା, ଉତ୍ତର ଓ ପଶ୍ଚିମ ଓଡ଼ିଶାର ଜିଲ୍ଲାଗୁଡ଼ିକର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।
ଏହି ସମୟ ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ସୋନପୁର, ବୌଦ୍ଧ, କନ୍ଧମାଳ, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା ଓ ଯାଜପୁର, ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।




