୨୪ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର : ରାଜ୍ୟକୁ ଆସୁଛି ଆଉ ଏକ ଲଘୁଚାପ । ବର୍ତ୍ତମାନ ୨/୩ ଦିନ ପାଣିପାଗ ଶୁଖିଲା ରହିବ । ମାତ୍ର ଆସନ୍ତା ସପ୍ତାହ ୨୪ ତାରିଖ ବେଳକୁ ପୁଣି ଏକ ଲଘୁଚାପ ସମ୍ଭାବନା ରହିଛି । ଏନେଇ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଲଘୁଚାପ ଏବେ ଦକ୍ଷିଣ ବିହାରରେ ସକ୍ରିୟ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦୁର୍ବଳ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର […]

୨୪ ବେଳକୁ ଆଉ ଏକ ଲଘୁଚାପ ସମ୍ଭାବନା
Samaya Live Picture
Published On

ଭୁବନେଶ୍ୱର : ରାଜ୍ୟକୁ ଆସୁଛି ଆଉ ଏକ ଲଘୁଚାପ । ବର୍ତ୍ତମାନ ୨/୩ ଦିନ ପାଣିପାଗ ଶୁଖିଲା ରହିବ । ମାତ୍ର ଆସନ୍ତା ସପ୍ତାହ ୨୪ ତାରିଖ ବେଳକୁ ପୁଣି ଏକ ଲଘୁଚାପ ସମ୍ଭାବନା ରହିଛି । ଏନେଇ ଆଂଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଲଘୁଚାପ ଏବେ ଦକ୍ଷିଣ ବିହାରରେ ସକ୍ରିୟ ରହିଛି। ଆସନ୍ତା ୨୪ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଦୁର୍ବଳ ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ମୟୂରଭଞ୍ଜ ଏବଂ କେନ୍ଦୁଝରରେ ଅତି ପ୍ରବଳ ବର୍ଷା ହେବା ନେଇ ସୂଚନା ମିଳିଛି । ୨୪ରୁ ଉତ୍ତର ଓଡ଼ିଶାର କିଛି ଜିଲ୍ଲାର ସ୍ଥାନେ ସ୍ଥାନେ ପ୍ରବଳ ବର୍ଷା ଆଶଙ୍କା ଅଛି । ୨୬ରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ ନେଇ ଆକଳନ କରିଛି ପାଣିପାଗ ବିଭାଗ ।

ପାଣିପାଗ ବିଶେଷଜ୍ଞ ଶରତ ସାହୁ କହିଛନ୍ତି, ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆସନ୍ତା ୨୨ କିମ୍ବା ୨୩ତାରିଖ ବେଳକୁ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ଅଧିକ ଘନୀଭୂତ ହୋଇ ଲଘୁଚାପ ରୂପ ନେଇପାରେ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାର ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର, ଭଦ୍ରକ ଏବଂ ସୁନ୍ଦରଗଡ଼ ଜିଲାର କିଛି ଅଞ୍ଚଳରେ ପ୍ରବଳ ବର୍ଷା ହୋଇପାରେ।

Tags: