୨୪ ରେ ପୁଣି ଏକ ଲଘୁଚାପ ସମ୍ଭାବନା
ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ଜନିତ ଲଗାଣବର୍ଷା ପରେ ବର୍ତ୍ତମାନ ପାଗ ସାମାନ୍ୟ ଶୁଖିଲା ରହିଛି । ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି ।ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ପାଣିପରାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି । ପାଣିପାଗ ବିଭାଗ ସୂଚନାନୁଯାୟୀ, ଲଘୁଚାପଟି ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଓ ପଶ୍ଚିମବଙ୍ଗ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି […]
ଭୁବନେଶ୍ୱର : ରାଜ୍ୟରେ ଲଘୁଚାପ ଜନିତ ଲଗାଣବର୍ଷା ପରେ ବର୍ତ୍ତମାନ ପାଗ ସାମାନ୍ୟ ଶୁଖିଲା ରହିଛି । ଆସନ୍ତା ୨୪ ତାରିଖ ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ସମ୍ଭାବନା ରହିଛି ।ଉତ୍ତର ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଥିବା ନେଇ ପାଣିପରାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ମିଳିଛି ।
ପାଣିପାଗ ବିଭାଗ ସୂଚନାନୁଯାୟୀ, ଲଘୁଚାପଟି ଉତ୍ତର ବଙ୍ଗୋପସାଗର ପାର୍ଶ୍ବବର୍ତ୍ତୀ ବାଂଲାଦେଶ ଓ ପଶ୍ଚିମବଙ୍ଗ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହେବ। ପରବର୍ତ୍ତୀ ସମୟରେ ଏହା ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ଲଘୁଚାପଟି ପଶ୍ଚିମ ଉତ୍ତର-ପଶ୍ଚିମ ଦିଗରେ ଗତି କରିବାକୁ ଥିବାରୁ ପ୍ରଥମେ ଉତ୍ତର ଓଡ଼ିଶାରେ ଏହା ପ୍ରଭାବରେ ପ୍ରବଳ ବର୍ଷା ହେବ। ପରବର୍ତ୍ତୀ ସମୟରେ ଏହା ଝାଡ଼ଖଣ୍ଡ ଓ ଛତିଶଗଡ଼ ମୁହାଁ ହେବାକୁ ଥିବାରୁ ଏହାର ସମୀନ୍ତବର୍ତ୍ତୀ ଓଡ଼ିଶା ଜିଲ୍ଲା ଓ ଆଭ୍ୟନ୍ତରୀଣ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।




