ଆଉ ଏକ ଲଘୁଚାପ ସମ୍ଭାବନା

ଭୁବନେଶ୍ୱର : ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ରହିବ ଲଘୁଚାପର ପ୍ରଭାବ । ଲଘୁଚାପ ପ୍ରଭାବରେ ୨୨ ତାରିଖ ଦିନ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ସେହିପରି ୨୩ […]

Samaya Live Picture
Published On

ଭୁବନେଶ୍ୱର : ଆସନ୍ତା ୨୨ ତାରିଖ ବେଳକୁ ବଙ୍ଗୋପସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ରହିବ ଲଘୁଚାପର ପ୍ରଭାବ । ଲଘୁଚାପ ପ୍ରଭାବରେ ୨୨ ତାରିଖ ଦିନ ଘଡଘଡି ବିଜୁଳି ସହ ପ୍ରବଳ ବର୍ଷା ନେଇ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, କଟକ, ଖୋର୍ଦ୍ଧା, ନୟାଗଡ, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ ଏବଂ ଗଜପତି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି ।

ସେହିପରି ୨୩ ତାରିଖରେ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବ । ପ୍ରବଳ ବର୍ଷା ନେଇ ୧୦ ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ସେପଟେ ଆଜି ରାଜ୍ୟର ଅଧିକାଂଶ ଜିଲ୍ଲାରେ ପାଗ ମୁଖ୍ୟତଃ ଶୁଖିଲା ରହିବା ସହ କିଛି ସ୍ଥାନରେ ହାଲୁକା ବର୍ଷା ହୋଇଛି । ଉପକୂଳ ଓଡ଼ିଶାର କିଛି ସ୍ଥାନରେ ୩୦ ରୁ ୩୫ ଡିଗ୍ରୀ ତାପମାତ୍ରା ରେକର୍ଡ ହେବା ସହ ବାୟୁମଣ୍ଡଳରେ ୬୦ ରୁ ୭୦ ପ୍ରତିଶତ ଆଦ୍ରତା ରହିଥିଲା । ଫଳରେ କିଛି ସ୍ଥାନରେ ଗରମ ଗୁଳୁଗୁଳି ଅନୁଭୁତ ହୋଇଛି । ଆସନ୍ତା ଦୁଇଦିନ ପର୍ଯ୍ୟନ୍ତ ରାଜ୍ୟର କିଛି ସ୍ଥାନରେ ମେଘୁଆ ପାଗ ସହ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି ।

ମୌସୁମୀ ପ୍ରତ୍ୟାବର୍ତ୍ତନ ପରେ ବଙ୍ଗୋପସାଗରରେ ସୃଷ୍ଟି ହେଉଥିବା ଲଘୁଚାପଗୁଡ଼ିକ ଅଧିକ ଶକ୍ତିଶାଳୀ ହେଉଥିବାରୁ ସମ୍ଭାବ୍ୟ ଲଘୁଚାପ ଉପରେ ପାଣିପାଗ ବିଜ୍ଞାନୀମାନ ତୀକ୍ଷ୍ଣ ନଜର ରଖିଛନ୍ତି। ବର୍ତ୍ତମାନ ଦେଶରୁ ମୌସୁମୀ ଅପସାରଣ ଆରମ୍ଭ ହେବା ପାଇଁ ପାଗ ଅନୁକୂଳ ରହୁଥିବାରୁ ଯେକୌଣସି ଦିନ ଦେଶରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ ଆରମ୍ଭ ହେବ ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

Tags: