୨୪ ଘଣ୍ଟାରେ ଆଉ ଆସୁଛି ଆଉ ଏକ ଘୂର୍ଣ୍ଣିବଳୟ
ଭୁବନେଶ୍ୱର : ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି I ଆଗାମୀ ୨୪ ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ଥିବା ନେଇ ମଙ୍ଗଳବାର ଜଣାପଡିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ଫଳରେ ୧୯ ରୁ ୨୨ ଯାଏଁ ବିସ୍ତୃତ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏହାସହ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି। […]
ଭୁବନେଶ୍ୱର : ଘୂର୍ଣ୍ଣିବଳୟ ଓ ଲଘୁଚାପ ପ୍ରଭାବରେ ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଛି I ଆଗାମୀ ୨୪ ଘଣ୍ଟାରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ଥିବା ନେଇ ମଙ୍ଗଳବାର ଜଣାପଡିଛି । ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ଏହି ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା ରହିଛି। ଫଳରେ ୧୯ ରୁ ୨୨ ଯାଏଁ ବିସ୍ତୃତ ବର୍ଷା ନେଇ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି। ଏହାସହ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ମଧ୍ୟ ସମ୍ଭାବନା ରହିଛି।
ସେହିଭଳି ଆସନ୍ତା ୨୪ ଘଣ୍ଟା ମଧ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବା ନେଇ ୧୭ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡ଼ିକ ହେଉଛି – ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର, ମାଲକାନଗିରି, କୋରାପୁଟ, ରାୟଗଡ଼ା, କନ୍ଧମାଳ, ଗଞ୍ଜାମ, ଗଜପତି, ବୌଦ୍ଧ, ସୁବର୍ଣ୍ଣପୁର, ଅନୁଗୁଳ, ଦେବଗଡ଼, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା ଏବଂ ସୁନ୍ଦରଗଡ଼ ।
ଅନ୍ୟପଟେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ରେକର୍ଡ କରାଯାଇଛି। ଗୋଟିଏ ସ୍ଥାନରେ ଅତ୍ୟନ୍ତ ପ୍ରବଳ ସହ ୩ଟି ସ୍ଥାନରେ ଅତି ପ୍ରବଳ ବର୍ଷା ହୋଇଛି। ୧୨ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଥିବା ବେଳେ ବଲାଙ୍ଗୀର ଜିଲାରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି।




