ବିଜେଡିରୁ ଇସ୍ତଫା ଦେଲେ ଅନୁଭବ

ଭୁବନେଶ୍ୱର : ଗୁରୁବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ଅନୁଭବ ପଟ୍ଟନାୟକ ଇ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଅନୁଭବ I ଯାହା ସୂଚନା ମିଳିଛି ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ ଟିକେଟ ଆଶାୟୀ ଥିଲେ I ମାତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାବିତ୍ରୀ ପ୍ରଧାନଙ୍କୁ ପ୍ରାର୍ଥୀ କରିଥିବା ବେଳେ ଅନୁଭବ ନିରାଶ ହୋଇଛନ୍ତି। ଏଥିରେ ବିମୁଖ ହୋଇ ଅନୁଭବ ବିଜେଡି ଛାଡ଼ିଥିବା ରାଜନୈତିକ ମହଲରେ ଆଲୋଚନା ହେଉଛି। ସୂଚନାନୁସାରେ,ବିଜେଡି ଆଜି ତା’ର […]

Samaya Live Picture
Published On

ଭୁବନେଶ୍ୱର : ଗୁରୁବାର ବିଜେଡିରୁ ଇସ୍ତଫା ଦେଇଛନ୍ତି ଅନୁଭବ ପଟ୍ଟନାୟକ ଇ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଅନୁଭବ I ଯାହା ସୂଚନା ମିଳିଛି ଅନୁଭବ ଖଣ୍ଡପଡ଼ାରୁ ପ୍ରାର୍ଥୀ ହେବା ନେଇ ଟିକେଟ ଆଶାୟୀ ଥିଲେ I ମାତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସାବିତ୍ରୀ ପ୍ରଧାନଙ୍କୁ ପ୍ରାର୍ଥୀ କରିଥିବା ବେଳେ ଅନୁଭବ ନିରାଶ ହୋଇଛନ୍ତି। ଏଥିରେ ବିମୁଖ ହୋଇ ଅନୁଭବ ବିଜେଡି ଛାଡ଼ିଥିବା ରାଜନୈତିକ ମହଲରେ ଆଲୋଚନା ହେଉଛି।

ସୂଚନାନୁସାରେ,ବିଜେଡି ଆଜି ତା’ର ବାକି ଥିବା ଶେଷ ପର୍ଯ୍ୟାୟର ୩ ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି I ଏଗୁଡିକ ମଧ୍ୟରେ କୋରେଇରୁ ସମ୍ବଲପୁର ଲୋକସଭା ପ୍ରାର୍ଥୀ ବବି ଦାସଙ୍କ ମା’ ସନ୍ଧ୍ୟାରାଣୀ ଦାସ,ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନ ଏବଂ ନୀଳଗିରିରୁ ସୁକାନ୍ତ ନାୟକଙ୍କୁ ପ୍ରାର୍ଥୀ କରିଛି ଦଳ I ସେପଟେ ଦେବଗଡ଼ ବିଧାନସଭା ପ୍ରାର୍ଥୀ ବଦଳାଇଛି ବିଜେଡି । ଅରୁନ୍ଧତୀ ଦେବୀଙ୍କ ବଦଳରେ ରୋମାଞ୍ଚ ରଂଜନ ବିଶ୍ୱାଳଙ୍କୁ ପ୍ରାର୍ଥୀ ଘୋଷଣା କରିଛି ଦଳ ।

Tags: