ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଆଉ ଜଣେ ଅଫିସରଙ୍କୁ ନିଯୁକ୍ତି

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟରେ ଆଉ ଜଣେ ଅଫିସରଙ୍କୁ ମିଳିଛି ନିଯୁକ୍ତି। ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଉପସଚିବ ଦେବୀପ୍ରସାଦ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ଉପସଚିବ I ଶ୍ରୀ ମିଶ୍ରଙ୍କୁ ଜୁନ୍ ୨୨ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଉପସଚିବ ଭାବେ ଦାୟିତ୍ୱ ଦେବା ପାଇଁ ନିଜେ ମୁଖ୍ୟମନ୍ତ୍ରୀ ସ୍ଥିର କରିଥିଲେ। ଶ୍ରୀ ମିଶ୍ର ଏହି ପଦବୀ ସମ୍ଭାଳିବା ପରେ ତାଙ୍କୁ ଦରମା ଓ ଅନ୍ୟାନ୍ୟ ସୁବିଧାସୁଯୋଗ ନଗର ଉନ୍ନୟନ ବିଭାଗରୁ ଯୋଗାଇ ଦିଆଯିବ ବୋଲି […]

Samaya Live Picture
Published On

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ କାର୍ଯ୍ୟାଳୟରେ ଆଉ ଜଣେ ଅଫିସରଙ୍କୁ ମିଳିଛି ନିଯୁକ୍ତି। ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଉପସଚିବ ଦେବୀପ୍ରସାଦ ମିଶ୍ର ହେଲେ ମୁଖ୍ୟମନ୍ତ୍ରୀଙ୍କ ଉପସଚିବ I ଶ୍ରୀ ମିଶ୍ରଙ୍କୁ ଜୁନ୍ ୨୨ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଉପସଚିବ ଭାବେ ଦାୟିତ୍ୱ ଦେବା ପାଇଁ ନିଜେ ମୁଖ୍ୟମନ୍ତ୍ରୀ ସ୍ଥିର କରିଥିଲେ। ଶ୍ରୀ ମିଶ୍ର ଏହି ପଦବୀ ସମ୍ଭାଳିବା ପରେ ତାଙ୍କୁ ଦରମା ଓ ଅନ୍ୟାନ୍ୟ ସୁବିଧାସୁଯୋଗ ନଗର ଉନ୍ନୟନ ବିଭାଗରୁ ଯୋଗାଇ ଦିଆଯିବ ବୋଲି ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ନିର୍ଦେଶନାମା ଜାରି ହୋଇଛି।

ସୂଚନାଯୋଗ୍ୟ, ଶନିବାର ବରିଷ୍ଠ ଓଏଏସ୍ ଚିତ୍ରସେନ ରାଉତଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ସଚିବ ଓ ବରିଷ୍ଠ ଓଏଫଏସ୍ ଉମେଶଚନ୍ଦ୍ର ତ୍ରିପାଠୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅତିରିକ୍ତ ସଚିବ ଭାବେ ବଦଳି ହୋଇଥିଲା। କେନ୍ଦୁଝର ଉପଜିଲ୍ଲାପାଳ ଓଏଏସ୍ ତ୍ରିଲୋଚନ ମହାନ୍ତିଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଯୁଗ୍ମ ସଚିବ, ଓଡ଼ିଶା ସଚିବାଳୟ ସେବାର ବିନୋଦ ବିହାରୀ ସିଂଙ୍କୁ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଅନୁସଚିବ ଏବଂ ଅତିରିକ୍ତ ବ୍ୟକ୍ତିଗତ ସହାୟକ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ଅବସ୍ଥାପିତ କରାଯାଇଛି।

ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଚଳିତମାସ ୧୨ତାରିଖରେ ଦାୟିତ୍ୱ ନେଇଥିଲେ ମଧ୍ୟ ସେ ଏପର୍ଯ୍ୟନ୍ତ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ନିଜର କାର୍ଯ୍ୟ ଆରମ୍ଭ କରିପାରିନାହାନ୍ତି । ରାଜ୍ୟ ଅତିଥି ଭବନରେ ସେ ନିଜର ଅସ୍ଥାୟୀ ଅଫିସ୍ କରିଛନ୍ତି। ଯେଉଁଠି ସେ ସାଧାରଣ ଜନତାଙ୍କ ଠାରୁ ଆରମ୍ଭ କରି ସମସ୍ତ ନେତା ଏବଂ କର୍ମକର୍ତ୍ତା ମାନଙ୍କୁ ଭେଟିବା ସହିତ ତାଙ୍କର ସମସ୍ୟା ବୁଝୁଛନ୍ତି ।

Tags: