ଶଙ୍ଖ ଛାଡି ପଦ୍ମ ଧରିଲେ ଅର୍କକେଶରୀ ଦେଓ ଓ ପତ୍ନୀ

କଳାହାଣ୍ଡି : ବିଜେଡି ଛାଡ଼ିଲେ କଳାହାଣ୍ଡିର ପୂର୍ବତନ ସାଂସଦ ଅର୍କ କେଶରୀ ଦେଓ I ଅର୍କ କେଶରୀଙ୍କ ସହିତ ତାଙ୍କ ପତ୍ନୀ ମାଳବିକା ଦେବୀ ମଧ୍ୟ ବିଜେଡି ଛାଡି ପଦ୍ମ ଧରିଛନ୍ତି I ଆଜି ଭୁବନେଶ୍ୱର ବିଜେପି କାର୍ଯ୍ୟାଳୟରେ ହୋଇଥିବା ଏକ କାର୍ଯ୍ୟକ୍ରମରେ ଉଭୟେ ବିଧିବଦ୍ଧ ଭାବରେ ବିଜେପିରେ ସାମିଲ ହୋଇଛନ୍ତି I ସେ ବିଜେଡି ତରଫରୁ କଳାହାଣ୍ଡିର ସାଂସଦ ଥିଲେ । ମଦନପୁର ରାମପୁର ରାଜପରିବାରର ତନ୍ମୟ ପ୍ରତାପ ସିଂହଦେଓ ଓ କୁମାର ସାହେବଙ୍କ ବୋହୂ […]

Samaya Live Picture
Published On

କଳାହାଣ୍ଡି : ବିଜେଡି ଛାଡ଼ିଲେ କଳାହାଣ୍ଡିର ପୂର୍ବତନ ସାଂସଦ ଅର୍କ କେଶରୀ ଦେଓ I ଅର୍କ କେଶରୀଙ୍କ ସହିତ ତାଙ୍କ ପତ୍ନୀ ମାଳବିକା ଦେବୀ ମଧ୍ୟ ବିଜେଡି ଛାଡି ପଦ୍ମ ଧରିଛନ୍ତି I ଆଜି ଭୁବନେଶ୍ୱର ବିଜେପି କାର୍ଯ୍ୟାଳୟରେ ହୋଇଥିବା ଏକ କାର୍ଯ୍ୟକ୍ରମରେ ଉଭୟେ ବିଧିବଦ୍ଧ ଭାବରେ ବିଜେପିରେ ସାମିଲ ହୋଇଛନ୍ତି I ସେ ବିଜେଡି ତରଫରୁ କଳାହାଣ୍ଡିର ସାଂସଦ ଥିଲେ । ମଦନପୁର ରାମପୁର ରାଜପରିବାରର ତନ୍ମୟ ପ୍ରତାପ ସିଂହଦେଓ ଓ କୁମାର ସାହେବଙ୍କ ବୋହୂ ତଥା ସେରାମିକ୍‌ ଆର୍ଟିଷ୍ଟ ପୃଥ୍ବୀରାଜ ସିଂହଦେଓଙ୍କ ପତ୍ନୀ ସଂଯୁକ୍ତା ଦେବୀ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି ।

୨୦୧୪ ଲୋକସଭା ନିର୍ବାଚନରେ ଅର୍କ କଳାହାଣ୍ଡି ନିର୍ବାଚନ ମଣ୍ଡଳୀରୁ ସାଂସଦ ଭାବେ ନିର୍ବାଚିତ ହୋଇଥିଲେ । ପିତା ବିକ୍ରମ କେଶରୀ ଦେଓଙ୍କ ପରଲୋକ ପରେ ସେ ୨୦୧୩ ମସିହାରେ ବିଜେଡିରେ ସାମିଲ ହୋଇଥିଲେ । ପରବର୍ତ୍ତୀ ସମୟରେ ସେ ବିଜେଡିରୁ ଇସ୍ତଫା ଦେଇଥିଲେ । ଆସନ୍ତା ବର୍ଷ ଉଭୟ ଲୋକସଭା ଓ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ବେଳେ ତା’ ପୂର୍ବରୁ ଅର୍କ ବିଜେପିରେ ସାମିଲ ହୋଇଛନ୍ତି ।

ସେହିପରି ଭଦ୍ରକ ଭଣ୍ଡାରିପୋଖରୀ ନିର୍ବାଚନ ମଣ୍ଡଳୀ ବନ୍ତ ବ୍ଲକର ପୂର୍ବତନ ଅଧ୍ୟକ୍ଷା ରେବତୀ ନାୟକ ଓ ତାଙ୍କ ସ୍ବାମୀ ସୁଧାଂଶୁ ଶେଖର ନାୟକ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି । ନିଜ ସମର୍ଥକଙ୍କ ସହିତ ସେମାନେ ପଦ୍ମ ଧରିଛନ୍ତି । ରାଜଧାନୀ ଭୁବନେଶ୍ୱରରେ ଆୟୋଜିତ ହୋଇଥିବା ମିଶ୍ରଣ ପର୍ବରେ ଆଜି ଏହି ତୁଙ୍ଗ ନେତାମାନେ ବିଜେପିରେ ଯୋଗଦାନ କରିଥିବା ଜଣାପଡ଼ିଛି । ଆସନ୍ତା ବର୍ଷ ରାଜ୍ୟରେ ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଏନେଇ ରାଜ୍ୟର ପ୍ରମୁଖ ରାଜନୈତିକ ଦଳଗୁଡ଼ିକ ନିଜ ନିଜର ପ୍ରସ୍ତୁତି ପ୍ରକ୍ରିୟା ଆରମ୍ଭ କରିଦେଇଛନ୍ତି ।

Tags: