ଆସନ୍ତା କାଲିଠାରୁ ବିଧାନସଭା ମୌସୁମୀ ଅଧିବେଶନ
ଭୁବନେଶ୍ୱର : ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ । ସରଗରମ ହେବ ବିଧାନସଭା । ଏଥିପାଇଁ ହୋଇଛି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା । କମିଶନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୋଲିସ କମିଶନରଙ୍କ ସହ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ସହ ସିସିଟିଭି ନଜରରେ ରହିବ ବିଧାନସଭା । ଆତଙ୍କି ଆକ୍ରମଣ ମୁକାବିଲା ପ୍ରତିହତ ପାଇଁ ବି ପ୍ରସ୍ତୁତି ହୋଇଛି । ୩୦ପ୍ଲାଟୁନ୍ ପୁଲିସ ଫୋର୍ସ […]
ଭୁବନେଶ୍ୱର : ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ । ସରଗରମ ହେବ ବିଧାନସଭା । ଏଥିପାଇଁ ହୋଇଛି ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା । କମିଶନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୋଲିସ କମିଶନରଙ୍କ ସହ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି । ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ସହ ସିସିଟିଭି ନଜରରେ ରହିବ ବିଧାନସଭା । ଆତଙ୍କି ଆକ୍ରମଣ ମୁକାବିଲା ପ୍ରତିହତ ପାଇଁ ବି ପ୍ରସ୍ତୁତି ହୋଇଛି । ୩୦ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍କ୍ବାଡ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ। ୫ଟି ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି। ଆନ୍ଦୋଳନକରୀଙ୍କୁ ରୋକିବା ପାଇଁ ନିଆଯାଇଛି ସୁରକ୍ଷା ବ୍ୟବସ୍ଥା । କଣ୍ଟ୍ରୋଲ୍ରୁମ୍ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବା। ୧୫୦ଅଧିକାରୀ ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବ।
ସୁରୁଖୁରୁରେ ଗୃହ ଚଳାଇବା ପାଇଁ ଗତକାଲି ସର୍ବଦଳୀୟ ବୈଠକରେ ସବୁ ଦଳର ସହଯୋଗ ଲୋଡ଼ିଛନ୍ତି ବାଚସ୍ପତି । ଆଜି ବିଜେଡି, କଂଗ୍ରେସ ଓ ବିଜେପିର ବିଧାୟକ ଦଳ ବୈଠକ ବସି ରଣନୀତି ପ୍ରସ୍ତୁତ ହେବ। ଆସନ୍ତାକାଲିଠୁ ୨୫ତାରିଖ ପର୍ଯ୍ୟନ୍ତ ବିଧାନସଭାର ମୌସୁମୀ ଅଧିବେଶନ ବସିବ । ଏଥିରେ ମୋଟ୍ ୭ଟି କାର୍ଯ୍ୟଦିବସ ରହିଛି ।




