ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ
Samaya Live News Picture
Published On

ରାୟଗଡ଼ା: ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ରାୟଗଡ଼ା RWSS ସହକାରୀ ଯନ୍ତ୍ରୀ ମଳୟ କୁମାର ନାୟକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଏକାସଙ୍ଗେ ୬ଟି ସ୍ଥାନରେ ଚାଲିଛି ଚଢ଼ାଉ । ମଳୟ ନାୟକ ଏବେ କୋଲନରା ବ୍ଲକରେ ସହକାରୀ ଯନ୍ତ୍ରୀ ଭାବେ କାର୍ଯ୍ଯରତ ଅଛନ୍ତି। 

ରାୟଗଡା ସହରର ରାଉତ କଲୋନୀ ସ୍ଥିତ ବାସଭବନ, କୋଳନରା କାର୍ଯ୍ୟାଳୟ ଓ ବ୍ରହ୍ମପୁରର ୬ଟି ସ୍ଥାନରେ ଏକକାଳୀନ ଚଢ଼ାଉ ଜାରି ରହିଛି। ଭିଜିଲାନ୍ସ ପକ୍ଷରୁ ଚାଲିଥିବା ଚଢାଉରେ ୫ଟି ଟିମ୍ ସାମିଲ୍ ଅଛନ୍ତି। ତେବେ ବର୍ତ୍ତମାନ ଯାଏଁ କେତେ ପରିମାଣର ସଂପତ୍ତି ଜବତ ହୋଇଛି । ସେନେଇ ଭିଜିଲାନ୍ସ ପକ୍ଷରୁ ସବିଶେଷ ତଥ୍ୟ ଦିଆଯାଇନାହିଁ । ଚଢାଉ ଶେଷ ହେବା ପରେ ଭିଜିଲାନ୍ସ ପକ୍ଷରୁ ସଂପୂର୍ଣ୍ଣ ତଥ୍ୟ ଦିଆଯିବ ବୋଲି ସୂଚନା ମିଳିଛି ।

Tags: