ଅଟୋ-ପିକଅପ୍ ମୁହାଁମୁହିଁ ଧକ୍କା : ୪ ମୃତ,୩ ଗୁରୁତର
କେଉଁଝର : ଆଜି ସକାଳୁ ସକାଳୁ କେନ୍ଦୁଝର ଜିଲ୍ଲାରେ ଘଟି ଯାଇଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା I ଭାରସାମ୍ୟ ହରାଇ ଅଟୋ ସହ ପିକଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣା ସ୍ଥଳରେ ୪ ଜଣଙ୍କର ମୃତ୍ୟୁ ଘଟିବା ସହିତ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି I ଏହି ଦୁର୍ଘଟଣା ବଲାଣିପଶି ଛକରେ ଘଟିଥିବା ଜଣାଯାଇଛି। ସୂଚନା ଅନୁଯାୟୀ, ଆଜି ସକାଳୁ ଏକ […]
କେଉଁଝର : ଆଜି ସକାଳୁ ସକାଳୁ କେନ୍ଦୁଝର ଜିଲ୍ଲାରେ ଘଟି ଯାଇଛି ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା I ଭାରସାମ୍ୟ ହରାଇ ଅଟୋ ସହ ପିକଅପ୍ ଭ୍ୟାନ୍ ମୁହାଁମୁହିଁ ଧକ୍କା ହୋଇଥିଲା । ଘଟଣା ସ୍ଥଳରେ ୪ ଜଣଙ୍କର ମୃତ୍ୟୁ ଘଟିବା ସହିତ ଅନ୍ୟ ୩ ଜଣ ଗୁରୁତର ଆହତ ହୋଇ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି I ଏହି ଦୁର୍ଘଟଣା ବଲାଣିପଶି ଛକରେ ଘଟିଥିବା ଜଣାଯାଇଛି।
ସୂଚନା ଅନୁଯାୟୀ, ଆଜି ସକାଳୁ ଏକ ଅଟୋ ଯୋଗେ ୮ଜଣ ପରିବା ବିକାଳି କେନ୍ଦୁଝର ବଜାରରୁ ପରିବା ବିକ୍ରି କରି ନିଜ ଘର ବଡ଼କମଣ୍ଡରକୁ ଫେରୁଥିଲେ। ବସନ୍ତପୁର ନିକଟରେ ବିପରୀତ ଦିଗରୁ ଆସୁଥିବା ପିକ୍ଅପ୍ ଭ୍ୟାନ୍(ଓଡି-୧୧ଏ ୧୪୫୬) ସହ ଅଟୋ(ଓଡି-୦୯ ଏନ୍ ୧୮୮୩)ର ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ଘଟିଥିଲା। ଆଉଜଣଙ୍କର କେନ୍ଦୁଝର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ପ୍ରାଣହାନି ଘଟିଥିଲା। ୩ ଜଣ ଗୁରୁତର ଆହତ ହୋଇଥିଲେ। ସେମାନଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ତେବେ କୁହୁଡି କାରଣରୁ ଏହି ଦୁର୍ଘଟଣା ଘଟିଥିବା କୁହାଯାଉଛି। ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଁଚି ଆହତ ମାନଙ୍କୁ ହସ୍ପିଟାଲ ପଠାଇବା ସହ ମୃତକ ଶରୀରକୁ ବ୍ୟବଚ୍ଛେଦ ପାଇଁ ପଠାଇଛି I ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ କ୍ଷତିପୂରଣ ଦାବିରେ ରାସ୍ତାରୋକ କରିଛନ୍ତି।




