୨୪ ତାରିଖରୁ ସର୍ଭେ ଆରମ୍ଭ – ପଞ୍ଚାୟତି ରାଜ ମନ୍ତ୍ରୀ

ଭୁବନେଶ୍ୱର : ରାଜ୍ୟରେ ୨୪ ତାରିଖରୁ ପ୍ରଧାନମନ୍ତୀ ଆବାସ ଆବାସ ସର୍ଭେ କାର୍ଯ୍ୟ ଆରମ୍ଭ ହେବ। ଏ ନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ । ଅଫ୍‌ଲାଇନ୍‌ ଓ ଅନ୍‌ଲାଇନ୍‌ ହିତାଧିକାରୀ ଆବେଦନ କରିପାରିବେ। ବାପାଠୁ ଭିନ୍ନ ହୋଇଥିବା ପୁଅ, ସ୍ବାମୀଠୁ ଅଲଗା ଥିବା ସ୍ତ୍ରୀ ଆବେଦନ କରିପାରିବେ। ୨୪ ତାରିଖରେ ପୋର୍ଟାଲର ବିଧିବଦ୍ଧ ରାଜ୍ୟ ସରକାର ଲଞ୍ଚ କରିବେ। ଦେଢ଼ମାସରୁ ୨ ମାସ ଆବାସ ସର୍ଭେ କାର୍ଯ୍ୟ ଚାଲିବ ବୋଲି ମନ୍ତ୍ରୀ କହିଛନ୍ତି। […]

Samaya Live Picture
Published On

ଭୁବନେଶ୍ୱର : ରାଜ୍ୟରେ ୨୪ ତାରିଖରୁ ପ୍ରଧାନମନ୍ତୀ ଆବାସ ଆବାସ ସର୍ଭେ କାର୍ଯ୍ୟ ଆରମ୍ଭ ହେବ। ଏ ନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ । ଅଫ୍‌ଲାଇନ୍‌ ଓ ଅନ୍‌ଲାଇନ୍‌ ହିତାଧିକାରୀ ଆବେଦନ କରିପାରିବେ। ବାପାଠୁ ଭିନ୍ନ ହୋଇଥିବା ପୁଅ, ସ୍ବାମୀଠୁ ଅଲଗା ଥିବା ସ୍ତ୍ରୀ ଆବେଦନ କରିପାରିବେ। ୨୪ ତାରିଖରେ ପୋର୍ଟାଲର ବିଧିବଦ୍ଧ ରାଜ୍ୟ ସରକାର ଲଞ୍ଚ କରିବେ। ଦେଢ଼ମାସରୁ ୨ ମାସ ଆବାସ ସର୍ଭେ କାର୍ଯ୍ୟ ଚାଲିବ ବୋଲି ମନ୍ତ୍ରୀ କହିଛନ୍ତି। ଆବାସ ସଂଖ୍ୟା ୨ରୁ ୩ କୋଟିକୁ ବଢ଼ିଛି। ଓଡ଼ିଶାକୁ ଅଧିକ ମିଳିବା ଆଶା ରଖାଯାଇଛି। ପୂର୍ବରୁ ଆବେଦନ କରି ଅପେକ୍ଷାରେ ଥିବା ଲୋକ ବି ନୂଆ ଆବେଦନ କରିପାରିବେ।

ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପକ୍ଷରୁ ଶୁକ୍ରବାର ସମସ୍ତ ଜିଲାପାଳମାନଙ୍କୁ ପ୍ରଧାନମନ୍ତ୍ରୀ ଆବାସ-ଗ୍ରାମୀଣ ଯୋଜନାର ସର୍ଭେ ପ୍ରକ୍ରିୟା ଆରମ୍ଭ ପାଇଁ ପରାମର୍ଶ ଦିଆଯାଇଛି । ମୋବାଇଲ ଆପ୍ଲିକେସନ ‘ଆୱାସ ପ୍ଲସ’ ମାଧ୍ୟମରେ ସାନି ସର୍ଭେ କରି ବାଦ ପଡ଼ିଥିବା ଯୋଗ୍ୟ ହିତାଧିକାରୀଙ୍କୁ ଚିହ୍ନଟ କରିବାକୁ କୁହାଯାଇଛି । ଏହି ପ୍ରକ୍ରିୟା ମାର୍ଚ୍ଚ ୩୧ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଜାରି ରହିବ । ସଂଶୋଧିତ ସର୍ତ୍ତାବଳୀ ଆଧାରରେ ସାନି ସର୍ଭେରେ ଯେଭଳି କୌଣସି ଯୋଗ୍ୟ ହିତାଧିକାରୀ ବାଦ ନପଡ଼ିବେ ତାହା ସୁନିଶ୍ଚିତ କରିବାକୁ କୁହାଯାଇଛି । ରାଜ୍ୟ ସରକାରଙ୍କ ଦ୍ୱାରା ପୂର୍ବରୁ ଜାରି ଏସ୍‌ଓପିକୁ ପାଳନ କରିବାକୁ ମଧ୍ୟ ତାଗିଦ କରାଯାଇଛି । ବିଭାଗ ପକ୍ଷରୁ ନଭେମ୍ବର ୨୭ ଓ ଡିସେମ୍ବର ୨୭ତାରିଖରେ ପ୍ରଧାନମନ୍ତ୍ରୀ-ଆବାସ ଯୋଜନାକୁ ନେଇ ଏସ୍‌ଓପି ଓ ସର୍ତ୍ତାବଳୀ ଜାରି କରାଯାଇଥିଲା ।

Tags: