BSKY ଦୁର୍ନୀତି ର ତଦନ୍ତ ହେବ – ମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ଲାଗି ଚୁକ୍ତିନାମା ସ୍ବାକ୍ଷରିତ ହେବା ପରେ ପୂର୍ବ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ପୂର୍ବରୁ ବିଭିନ୍ନ ସ୍ଥାନରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (ବିଏସକେୱାଇ) ଥାଇ କି ଲୋକେ ପ୍ରତ୍ୟାଖ୍ୟାତ ହେଉଥିଲେ। ବହୁତ ସ୍ଥାନରେ ଲୋକେ ଶୋଷିତ ହେଉଥିଲେ। ହସ୍ପିଟାଲମାନେ ମନ ଇଚ୍ଛା ବିଲ କରୁଥିଲେ। ପୂର୍ବ ସରକାରର ଅନେକ ଲୋକ ଦୁର୍ନୀତିରେ ସମ୍ପୃକ୍ତ ଥିଲେ। ସେ […]

Samaya Live Picture
Published On

ଭୁବନେଶ୍ୱର : ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ଲାଗି ଚୁକ୍ତିନାମା ସ୍ବାକ୍ଷରିତ ହେବା ପରେ ପୂର୍ବ ବିଜେଡି ସରକାରଙ୍କ ଉପରେ ବର୍ଷିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

ସେ କହିଛନ୍ତି, ପୂର୍ବରୁ ବିଭିନ୍ନ ସ୍ଥାନରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ କାର୍ଡ (ବିଏସକେୱାଇ) ଥାଇ କି ଲୋକେ ପ୍ରତ୍ୟାଖ୍ୟାତ ହେଉଥିଲେ। ବହୁତ ସ୍ଥାନରେ ଲୋକେ ଶୋଷିତ ହେଉଥିଲେ। ହସ୍ପିଟାଲମାନେ ମନ ଇଚ୍ଛା ବିଲ କରୁଥିଲେ। ପୂର୍ବ ସରକାରର ଅନେକ ଲୋକ ଦୁର୍ନୀତିରେ ସମ୍ପୃକ୍ତ ଥିଲେ। ସେ ବାବଦରେ ଖୁବ ଶୀଘ୍ର ତଦନ୍ତର ପ୍ରକ୍ରିୟା ଆରମ୍ଭ ହେବ।

ଅନ୍ୟପଟେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗତକାଲି ଦିଲ୍ଲୀରୁ ଫେରି କହିଛନ୍ତି ରାଜ୍ୟର ସବୁ ପଞ୍ଚାୟତର ଖୋଲିବ ଆୟୁଷ୍ମାନ ଆରୋଗ୍ୟ ମନ୍ଦିର । ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଏଏନଏମଙ୍କ ସହ ହେଲଥ୍ ୱାର୍କରଙ୍କ ସହିତ ଯୋଗ ଶିକ୍ଷକ ମଧ୍ୟ ରହିବେ, ପୂର୍ଣ୍ଣ ଭିତ୍ତିଭୂମି ରହିବ । ବିଶେଷ ଭାବେ ୭୦ ବର୍ଷରୁ ଅଧିକ ବରିଷ୍ଠ ନାଗରିକଙ୍କୁ ନିରନ୍ତର ଚିକିତ୍ସା ସୁବିଧା ପାଇବେ। ସାରା ଦେଶରେ ୩୦ ହଜାରରୁ ଅଧିକ ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳିବ। ଆୟୁଷ୍ମାନ ଭାରତରେ ପୁରୁଷଙ୍କୁ ୫ ଓ ମହିଳାଙ୍କୁ ୧୦ ଲକ୍ଷର ଚିକିତ୍ସା ସୁବିଧା ମିଳିବ।

Tags: