ଖୁବ ଶୀଘ୍ର ରାଜ୍ଯବାସୀ ପାଇବେ ଆୟୁଷ୍ମାନ ଭାରତ
ଭୁବନେଶ୍ବର:ଭାରତ ସରକାର ଏବଂ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ଯାଣ ବିଭାଗ ମଧ୍ୟରେ ଚୁକ୍ତିନାମା ଜାନୁଆରୀ ୧୩ ତାରିଖରେ ସ୍ବାକ୍ଷରିତ ହେବା ପରେ ଓଡ଼ିଶାବାସୀ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ଯ ଯୋଜନାର ସୁଫଳ କିପରି ଯଥାଶୀଘ୍ର ପାଇପାରିବେ ସେ ନେଇ ବିଭାଗ ବିଭିନ୍ନ ପ୍ରସ୍ତୁତି ଓ ପ୍ରଶିକ୍ଷଣ ଆରମ୍ଭ କରିଛି । ଏହି ସମନ୍ୱିତ ଯୋଜନା ଦ୍ବାରା ରାଜ୍ଯବାସୀ ଦେଶର ପ୍ରାୟ ୩୦ ହଜାର ଚିକିତ୍ସାଳୟରେ ଉନ୍ନତ ସ୍ବାସ୍ଥ୍ୟସେବା ପାଇପାରିବେ। ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ […]
ଭୁବନେଶ୍ବର:ଭାରତ ସରକାର ଏବଂ ଓଡ଼ିଶା ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ଯାଣ ବିଭାଗ ମଧ୍ୟରେ ଚୁକ୍ତିନାମା ଜାନୁଆରୀ ୧୩ ତାରିଖରେ ସ୍ବାକ୍ଷରିତ ହେବା ପରେ ଓଡ଼ିଶାବାସୀ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ଯ ଯୋଜନାର ସୁଫଳ କିପରି ଯଥାଶୀଘ୍ର ପାଇପାରିବେ ସେ ନେଇ ବିଭାଗ ବିଭିନ୍ନ ପ୍ରସ୍ତୁତି ଓ ପ୍ରଶିକ୍ଷଣ ଆରମ୍ଭ କରିଛି । ଏହି ସମନ୍ୱିତ ଯୋଜନା ଦ୍ବାରା ରାଜ୍ଯବାସୀ ଦେଶର ପ୍ରାୟ ୩୦ ହଜାର ଚିକିତ୍ସାଳୟରେ ଉନ୍ନତ ସ୍ବାସ୍ଥ୍ୟସେବା ପାଇପାରିବେ। ଓଡ଼ିଶାର ସ୍ବାସ୍ଥ୍ୟସେବା କ୍ଷେତ୍ରରେ ଆସିବ ଯୁଗାନ୍ତକାରୀ ପରିବର୍ତ୍ତନ।
ରାଜ୍ଯ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ଯାଣ ବିଭାଗ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ଯ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ଯ ଯୋଜନାକୁ ସମନ୍ବିତ କରି ଜନସାଧାରଣଙ୍କୁ ଅତିଶୀଘ୍ର ସ୍ବାସ୍ଥ୍ୟସେବାର ସୁଫଳ ଦେବା ପାଇଁ ବିଭିନ୍ନ ପ୍ରକାର ପ୍ରସ୍ତୁତି ଆରମ୍ଭ କରିଛନ୍ତି । ଆଜିଠାରୁ ଯୋଜନା ସହ ସଂପୃକ୍ତ ବିଭିନ୍ନ ଅଂଶୀଦାର ଏବଂ ପ୍ରଧାନମନ୍ତ୍ରୀ ଆରୋଗ୍ଯମିତ୍ରଙ୍କ ଦକ୍ଷତା ବିକାଶ ପାଇଁ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ।




