ଆସନ୍ତା ୨ ଦିନ ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଓରେଞ୍ଜ ଆଲର୍ଟ

ଭୁବନେଶ୍ୱର : ଆଗାମୀ ୨ ଦିନ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଜି ୫ଟି ଜିଲ୍ଲାକୁ ଓରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା, ମୟୁରଭଞ୍ଜ, କେନ୍ଦୁଝର,ବାଲେଶ୍ୱର, ଭଦ୍ରକ ଓ ଗଜପତି। ଏହି ସବୁ ଜିଲ୍ଲା ଗୁଡିକରେ ବିଜୁଳି ଘଡଘଡି ବର୍ଷା ସହିତ ୬୦ ରୁ ୭୦ କିମି ବେଗରେ ପବନ ବୋହିପାରେ । ସେହିପରି ପ୍ରବଳ ବର୍ଷା ନେଇ ୬ […]

ଆସନ୍ତା ୨ ଦିନ ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଓରେଞ୍ଜ ଆଲର୍ଟ
Samaya Live Picture
Published On

ଭୁବନେଶ୍ୱର : ଆଗାମୀ ୨ ଦିନ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଆଜି ୫ଟି ଜିଲ୍ଲାକୁ ଓରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା, ମୟୁରଭଞ୍ଜ, କେନ୍ଦୁଝର,ବାଲେଶ୍ୱର, ଭଦ୍ରକ ଓ ଗଜପତି। ଏହି ସବୁ ଜିଲ୍ଲା ଗୁଡିକରେ ବିଜୁଳି ଘଡଘଡି ବର୍ଷା ସହିତ ୬୦ ରୁ ୭୦ କିମି ବେଗରେ ପବନ ବୋହିପାରେ ।

ସେହିପରି ପ୍ରବଳ ବର୍ଷା ନେଇ ୬ ତାରିଖରେ ବି ୯ ଜିଲ୍ଲାକୁ ୟେଲୋ ଓ୍ୱାଣ୍ଣିଂ ଜାରି କରାଯାଇଛି। ବୌଦ୍ଧ, କନ୍ଧମାଳ, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ସୁବର୍ଣ୍ଣପୁର,ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି ଏବଂ ନବରଙ୍ଗପୁର ଜିଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହୋଇପାରେ। କାଳବୈଶାଖୀ ବର୍ଷା ସମୟରେ ଅନେକ ଧନଜୀବନ ହାନି ଘଟୁଥିବାରୁ ଏନେଇ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ତେବେ ୭ ରୁ ୯ ତାରିଖ ପର୍ଯ୍ୟନ୍ତ ବର୍ଷାକୁ ନେଇ କୌଣସି ସତର୍କତା ଜାରି ହୋଇନାହିଁ। ୪ ଦିନ ପରେ ତାପମାତ୍ରା ୨ ରୁ ୪ ଡିଗ୍ରୀ ବଢିପାରେ ।

Tags: