ନିଜେ ନିଜକୁ ଜାଳିଥିଲେ ବଳଙ୍ଗା ପୀଡ଼ିତା : ମୁଖ୍ୟମନ୍ତ୍ରୀ
ପୁରୀ : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁକୁ ନେଇ ଗୃହରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା । ପୀଡ଼ିତାଙ୍କୁ କେହି ଜାଳି ନଥିଲେ । ସେ ନିଜେ ନିଜ ଉପରେ କିରୋସିନ ଢ଼ାଳି ନିଆଁ ଲଗାଇଦେଇଥିଲେ । ଦିଲ୍ଲୀ ଏମ୍ସରେ ୧୪ ଦିନ ଚିକିତ୍ସାଧୀନ ରହିବା ପରେ ଅଗଷ୍ଟ ୨ ତାରିଖରେ ପୀଡ଼ିତାଙ୍କ ମୃତ୍ୟୁ ହୋଇଥିଲା । ମୃତ୍ୟୁ ପୂର୍ବରୁ ପୀଡ଼ିତାଙ୍କର ନୂଆଦିଲ୍ଲୀ ସାକେତର ସାଉଥ ଡିଷ୍ଟ୍ରିକ୍ଟ କୋର୍ଟ ନମ୍ବର ୩୭ ଦ୍ୱାରା ଧାରା ୧୮୩ରେ ବୟାନ ରେକର୍ଡ ହୋଇଥିଲା […]
ପୁରୀ : ବଳଙ୍ଗା ପୀଡ଼ିତାଙ୍କ ମୃତ୍ୟୁକୁ ନେଇ ଗୃହରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା । ପୀଡ଼ିତାଙ୍କୁ କେହି ଜାଳି ନଥିଲେ । ସେ ନିଜେ ନିଜ ଉପରେ କିରୋସିନ ଢ଼ାଳି ନିଆଁ ଲଗାଇଦେଇଥିଲେ । ଦିଲ୍ଲୀ ଏମ୍ସରେ ୧୪ ଦିନ ଚିକିତ୍ସାଧୀନ ରହିବା ପରେ ଅଗଷ୍ଟ ୨ ତାରିଖରେ ପୀଡ଼ିତାଙ୍କ ମୃତ୍ୟୁ ହୋଇଥିଲା । ମୃତ୍ୟୁ ପୂର୍ବରୁ ପୀଡ଼ିତାଙ୍କର ନୂଆଦିଲ୍ଲୀ ସାକେତର ସାଉଥ ଡିଷ୍ଟ୍ରିକ୍ଟ କୋର୍ଟ ନମ୍ବର ୩୭ ଦ୍ୱାରା ଧାରା ୧୮୩ରେ ବୟାନ ରେକର୍ଡ ହୋଇଥିଲା I ଆଉ ଏଥିରେ ପୀଡ଼ିତା କହିଥିଲେ ଯେ, ସେ ନିଜେ ନିଜ ଉପରେ କିରୋସିନି ଢାଳି ନିଆଁ ଲଗାଇ ଦେଇଥିଲେ । ସୋମବାର ବିଧାନସଭାରୁ ଆସିଛି ଏମିତି କିଛି ଚାଞ୍ଚଲ୍ୟକର ତଥ୍ୟ । ବିଜେଡି ବିଧାୟକ ଅନନ୍ତ ନାରାୟଣ ଜେନା ଏନେଇ ବିଧାନସଭାରେ ପ୍ରଶ୍ନ କରିଥିଲେ । ଯାହାର ଉତ୍ତର ରଖିଥିଲେ ମୁଖ୍ୟମନ୍ତ୍ରୀ । ବିଧାୟକ ପ୍ରଶ୍ନ କରିଥିଲେ ଯେ, ବଳଙ୍ଗା ପୀଡ଼ିତାଙ୍କ ଘଟଣାରେ ୩ ଜଣ ଦୁର୍ବୃତ୍ତଙ୍କ ସମ୍ପୃକ୍ତି ଅଛି ବୋଲି ପୀଡ଼ିତା ବୟାନ ଦେଇଥିଲେ କି? ନା ଅନ୍ୟ କେହି ସାକ୍ଷୀ ନଥିବା ଜାଣି ପୁଲିସ ପ୍ରକୃତ ଅପରାଧୀକୁ ସୁରକ୍ଷା ଦେବାକୁ ଚେଷ୍ଟା କରିଥିଲା?
ଗୃହରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଜୁଲାଇ ୧୯ ତାରିଖରେ ପୁରୀ ବଳଙ୍ଗା ଥାନାରେ ପୀଡି଼ତାଙ୍କ ମାଆ ଅଭିଯୋଗ କରିଥିଲେ ଯେ, କିଛି ଅଜଣ ଲୋକ ତାଙ୍କ ଝିଅକୁ ବଳପୂର୍ବକ ନଦୀ କୂଳକୁ ନେଇ କିରୋସିନି ଏବଂ ପେଟ୍ରୋଲ ଢାଳି ହତ୍ୟା କରିବାକୁ ଚେଷ୍ଟା କରିଥିଲେ । ଏହି ଆଧାରରେ ମାମଲା ରୁଜୁ କରାଯାଇ ତଦନ୍ତ କରାଯାଇଥିଲା । ପରେ ପରେ ପୀଡ଼ିତାଙ୍କ ଚିକିତ୍ସା ପାଇଁ ତାଙ୍କୁ ଦିଲ୍ଲୀ ଏମ୍ସକୁ ପଠାଇ ଦିଆଯାଇଥିଲା ।
ଦିଲ୍ଲୀ ଏମ୍ସରେ ୧୪ ଦିନ କାଳ ଚିକିତ୍ସା ଚାଲିଥିବାବେଳେ, ପୀଡ଼ିତା ଜଣକ ଆଖି ବୁଜିଥିଲେ । ତେବେ ଆଖି ବୁଜିବା ପୂର୍ବରୁ ପୀଡ଼ିତାଙ୍କ ଜମାନବନ୍ଦୀ ଲିପିବଦ୍ଧ କରାଯାଇତିଲା । ଯେଉଁଥିରେ ସେ ନିଜେ ନିଜ ଉପରେ କିରୋସିନି ଢାଳି ନିଆଁ ଲଗାଇଥିବା କହିଥିଲେ । ବଳଙ୍ଗା ପୀଡ଼ିତା ଦିଲ୍ଲୀ ଏମ୍ସରେ ଚିକିତ୍ସା ବେଳେ ମୃତ୍ୟୁକାଳୀନ ଜମାନବନ୍ଦୀରେ ଏହା କହିଥିଲେ। ଏପରିକି ଦିଲ୍ଲୀ କୋର୍ଟ ଏବଂ ଏମ୍ସ ଡାକ୍ତରଙ୍କ ଦ୍ବାରା ବୟାନ ରେକର୍ଡ ବେଳେ ମଧ୍ୟ ବଳଙ୍ଗା ପୀଡ଼ିତା ନିଜେ ନିଜ ଉପରେ କିରାସିନି ଢ଼ାଳି ନିଆଁ ଲଗାଇଥିଲେ ବୋଲି କହିଥିବା ମୁଖ୍ୟମନ୍ତ୍ରୀ କହିଛନ୍ତି ।




