ଆସନ୍ତା କାଲି ୫ ଘଣ୍ଟା ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ସାଧାରଣ ଦର୍ଶନ

ପୁରୀ : ଆସନ୍ତାକାଲି ୫ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଦ୍ଵିତୀୟ ଭୋଗ ମଣ୍ଡପ ପରେ ସନ୍ଧ୍ୟା ୫ ଟାରୁ ରାତି ୧୦ ଟା ଯାଏଁ ବନ୍ଦ ରହିବ ଦର୍ଶନ । ମହାପ୍ରଭୁଙ୍କ ବନକ ଲାଗି ନୀତି ପାଇଁ ଦର୍ଶନ ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀଜୀଉମାନଙ୍କର ମୁଖଶ୍ରୀର ପ୍ରସାଧନ ବା ବନକ ଲାଗି ପ୍ରତିମାସରେ ହାରାହାରି ଦୁଇଥର ହୋଇଥାଏ। ବନକ ଲାଗି ରୀତି […]

Samaya Live Picture
Published On

ପୁରୀ : ଆସନ୍ତାକାଲି ୫ ଘଣ୍ଟା ପାଇଁ ଶ୍ରଦ୍ଧାଳୁଙ୍କ ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ । ଦ୍ଵିତୀୟ ଭୋଗ ମଣ୍ଡପ ପରେ ସନ୍ଧ୍ୟା ୫ ଟାରୁ ରାତି ୧୦ ଟା ଯାଏଁ ବନ୍ଦ ରହିବ ଦର୍ଶନ । ମହାପ୍ରଭୁଙ୍କ ବନକ ଲାଗି ନୀତି ପାଇଁ ଦର୍ଶନ ବନ୍ଦ ରହିବା ନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ପ୍ରଶାସନ ।

ଶ୍ରୀଜୀଉମାନଙ୍କର ମୁଖଶ୍ରୀର ପ୍ରସାଧନ ବା ବନକ ଲାଗି ପ୍ରତିମାସରେ ହାରାହାରି ଦୁଇଥର ହୋଇଥାଏ। ବନକ ଲାଗି ରୀତି ‘ଦତ୍ତ ମହାପାତ୍ର’ଗୋଷ୍ଠୀର ସେବକମାନଙ୍କଦ୍ୱାରା କରାଯାଇଥାଏ। ନିୟମ ଅନୁଯାୟୀ ବୁଧବାର ଦିନ ବନକ ଲାଗି ହୋଇଥାଏ। ଦି’ପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି କରାଯାଇଥାଏ।

Tags: