ବିଦ୍ୟୁତ୍‌ ଖୁଣ୍ଟକୁ ଧକ୍କା ଦେଇ କଦଳୀ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ,୨ ଗୁରୁତର

ଭଦ୍ରକ : ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ପୋଲ ତଳକୁ ଖସି ପଡିଲା କଦଳୀ ବୋଝେଇ ଟ୍ରକ I ଭଦ୍ରକ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଗେଲପୁର ଛକ ନିକଟରେ ଘଟିଛି ଏହି ଅଘଟଣ । ରହି ଦୁର୍ଘଟଣାରେ ଟ୍ରକ ଡ୍ରାଇଭର ଓ ହେଲ୍ପର ଗୁରୁତର ଆହତ ହୋଇଛନ୍ତି I ଦୁର୍ଘଟଣାସ୍ଥଳରୁ ଉଭୟଙ୍କୁ ଉଦ୍ଧାର କରି ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତି କରାଯାଇଛି I ସୂଚନାନୁସାରେ,ଟ୍ରକଟି କଦଳୀ ବୋଝେଇ କରି କଟକରୁ ବାଲେଶ୍ବର ଯାଉଥିଲା । […]

Samaya Live Picture
Published On

ଭଦ୍ରକ : ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ପୋଲ ତଳକୁ ଖସି ପଡିଲା କଦଳୀ ବୋଝେଇ ଟ୍ରକ I ଭଦ୍ରକ ଜିଲ୍ଲା ୧୬ ନମ୍ବର ଜାତୀୟ ରାଜପଥ ଗେଲପୁର ଛକ ନିକଟରେ ଘଟିଛି ଏହି ଅଘଟଣ । ରହି ଦୁର୍ଘଟଣାରେ ଟ୍ରକ ଡ୍ରାଇଭର ଓ ହେଲ୍ପର ଗୁରୁତର ଆହତ ହୋଇଛନ୍ତି I ଦୁର୍ଘଟଣାସ୍ଥଳରୁ ଉଭୟଙ୍କୁ ଉଦ୍ଧାର କରି ଭଦ୍ରକ ମୁଖ୍ୟ ଡାକ୍ତରଖାନାରେ ଭର୍ତି କରାଯାଇଛି I

ସୂଚନାନୁସାରେ,ଟ୍ରକଟି କଦଳୀ ବୋଝେଇ କରି କଟକରୁ ବାଲେଶ୍ବର ଯାଉଥିଲା । ଆଜି ସକାଳ ପ୍ରାୟ ୫ଟା ବେଳେ ଗେଲପୁର ଛକ ନିକଟରେ ଟ୍ରକଟି ବିଦ୍ୟୁତ ଖୁଣ୍ଟକୁ ଧକ୍କା ଦେଇ ଭାରସାମ୍ୟ ହରାଇ ବ୍ରିଜ ତଳକୁ ଓଲଟି ପଡ଼ିଥିଲା। ଦୁର୍ଘଟଣା ପରେ ସ୍ଥାନୀୟ ଲୋକ ଗାଡିର ଡ୍ରାଇଭର ଓ ହେଲପରଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଛନ୍ତି। ଘଟଣାସ୍ଥଳରେ ପୋଲିସ ପହଁଚି ତଦନ୍ତ କରୁଛି I

Tags: