ବଙ୍ଗୋପସାଗରରେ ଅବପାତ,୨ ଜିଲ୍ଲାକୁ ରେଡ ଆଲର୍ଟ

ଭୁବନେଶ୍ୱର : ବାଂଲାଦେଶ ଉପକୂଳ ଅତିକ୍ରମ କଲା ଅବପାତ। ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମୟୂରଭଂଜ ଓ କେନ୍ଦୁଝର ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି। ସେହିପରି ପ୍ରବଳ ବର୍ଷା ନେଇ ୫ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଦେବଗଡ଼ ଏବଂ ଅନୁଗୁଳକୁ ଅରେଞ୍ଜ ୱାର୍ଣ୍ଣଂ ଜାରି ହୋଇଛି। ଏହା ବ୍ୟତୀତ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଶନିବାର ଜିଲାପାଳ […]

Samaya Live Picture
Published On

ଭୁବନେଶ୍ୱର : ବାଂଲାଦେଶ ଉପକୂଳ ଅତିକ୍ରମ କଲା ଅବପାତ। ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ମୟୂରଭଂଜ ଓ କେନ୍ଦୁଝର ଜିଲ୍ଲାକୁ ରେଡ୍ ଆଲର୍ଟ ଜାରି ହୋଇଛି। ସେହିପରି ପ୍ରବଳ ବର୍ଷା ନେଇ ୫ ଜିଲ୍ଲା ବାଲେଶ୍ୱର, ଭଦ୍ରକ, ସୁନ୍ଦରଗଡ଼, ଦେବଗଡ଼ ଏବଂ ଅନୁଗୁଳକୁ ଅରେଞ୍ଜ ୱାର୍ଣ୍ଣଂ ଜାରି ହୋଇଛି। ଏହା ବ୍ୟତୀତ ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଶନିବାର ଜିଲାପାଳ ମୟୁରଭଞ୍ଜ ଜିଲାର ସମସ୍ତ ସ୍କୁଲ ଛୁଟି ଘୋଷଣା କରିଛନ୍ତି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ଆକଳନ ଅନୁଯାୟୀ ଶନିବାର ୨୪ ଘଣ୍ଟା ମଧ୍ୟରେ ପ୍ରବଳ ବର୍ଷା ହେବା ନେଇ ୨୧ ଟି ଜିଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି।

ଉତ୍ତରପୂର୍ବ ବଙ୍ଗୋପସାଗର ଓ ସଂଲଗ୍ନ ଦକ୍ଷିଣପୂର୍ବ ବାଂଲାଦେଶ ଉପକୂଳ ଉପରେ ସୃଷ୍ଟି ହୋଇଥିବା ଚିହ୍ନିତ ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଘଣ୍ଟାପ୍ରତି ୮ କିମି ବେଗରେ ଗତି କରୁଛି । ୪୮ ଘଣ୍ଟାରେ ବାଂଲାଦେଶ ଉପକୂଳ ଓ ଗାଙ୍ଗେୟ ପଶ୍ଚିମବଙ୍ଗ ଆଡ଼କୁ ମୁହାଁଇବ। ରାତି ୮ଟା ସୁଦ୍ଧା ଅବପାତଟି ବାଂଲାଦେଶର ପାଟୁଆଖଲିର ଦକ୍ଷିଣପୂର୍ବକୁ ୬୦ କିମି, ପଶ୍ଚିମବଙ୍ଗର କାନ୍ନିଙ୍ଗର ପୂର୍ବ ଦିଗକୁ ୨୨୦ କିମି ଓ କଲିକତାର ପୂର୍ବ-ଦକ୍ଷିଣପୂର୍ବକୁ ୨୬୦ କିମି ଦୂରରେ ଅବସ୍ଥିତ ରହିଛି। ଏହା ଆଗକୁ ବଢ଼ିବା ସହ ଗୁରୁବାର ରାତିରେ ହିଁ ପାଟୁଆଖଲି ନିକଟରେ ସ୍ଥଳ ଭାଗ ଛୁଇଁବ।

Tags: