ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ପାଇବେ ଆଉ ୩ ମାସ ମାଗଣା ଚାଉଳ
ଭୁବନେଶ୍ୱର : ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ପାଇବେ ଆଉ ୩ ମାସ ମାଗଣା ଚାଉଳ I ଏହାଦ୍ବାରା ୨.୯୨ ଲକ୍ଷ ପରିବାରର ୯.୦୫ ଲକ୍ଷ ହିତାଧିକାରୀ ଉପକାର ପାଇବେ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନୟକ ଘୋଷଣା କରିଛନ୍ତି । ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀମାନଙ୍କୁ ଆଉ ତିନି ମାସ ପାଇଁ ଅତିରିକ୍ତ ୫ କେ.ଜି ଚାଉଳ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ୨୦୨୨, ଏହି […]
ଭୁବନେଶ୍ୱର : ଖାଦ୍ୟ ସୁରକ୍ଷା ଯୋଜନାରେ ହିତାଧିକାରୀ ପାଇବେ ଆଉ ୩ ମାସ ମାଗଣା ଚାଉଳ I ଏହାଦ୍ବାରା ୨.୯୨ ଲକ୍ଷ ପରିବାରର ୯.୦୫ ଲକ୍ଷ ହିତାଧିକାରୀ ଉପକାର ପାଇବେ । ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନୟକ ଘୋଷଣା କରିଛନ୍ତି ।
ରାଜ୍ୟ ଖାଦ୍ୟ ସୁରକ୍ଷା ହିତାଧିକାରୀମାନଙ୍କୁ ଆଉ ତିନି ମାସ ପାଇଁ ଅତିରିକ୍ତ ୫ କେ.ଜି ଚାଉଳ ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଅକ୍ଟୋବର, ନଭେମ୍ବର ଓ ଡିସେମ୍ବର ୨୦୨୨, ଏହି ତିନି ମାସ ପାଇଁ ଚାଉଳ ବଣ୍ଟନ ହେବ । ଏଥିପାଇଁ ରାଜ୍ୟ ସରକାର ୪୯ କୋଟି ଟଙ୍କା ଖର୍ଚ୍ଚ କରି ୧୩,୫୭୫ ମେଟ୍ରିକ ଟନ୍ ଚାଉଳ ହିତାଧିକାରୀଙ୍କୁ ଯୋଗାଇ ଦେବେ ।




