ଭିଜିଲାନ୍ସ ଜାଲରେ ବ୍ରହ୍ମପୁର ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ
ବ୍ରହ୍ମପୁର:ଭିଜିଲାନ୍ସ ଜାଲରେ ପୁଣି ଜଣେ ସରକାରୀ ବାବୁ । ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ମିଶ୍ରିତ କୃଷି ପ୍ରଣାଳୀ ଅଧୀନରେ ଥିବା ଫାଇଲ୍ ପ୍ରୋସେସ୍ କରିବା ପାଇଁ ଲାଞ୍ଚ ନେବା ବେଳେ ଧରାପଡ଼ିଛନ୍ତି ବ୍ରହ୍ମପୁର ମୁଖ୍ୟ ଜିଲ୍ଲା କୃଷି ଅଧିକାରୀ ବ୍ୟୋମକେଶ ମିଶ୍ର। ଭିଜିଲାନ୍ସ ତାଙ୍କୁ ଗିରଫ କରିଥିବା ବେଳେ ୩ଟି ସ୍ଥାନରେ ରେଡ୍ ଚାଲିଛି ।
ସୂଚନା ଅନୁସାରେ, ଅଧିକାରୀ ଜଣକ ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାରେ ୫୦ ପ୍ରତିଶତ ସବସିଡି ଟଙ୍କା ଛାଡ଼ ପାଇଁ ଜଣେ ହିତାଧିକାରୀଙ୍କଠାରୁ ୧୫,୦୦୦ ଟଙ୍କା ଲାଞ୍ଚ ଦାବି କରିଥିଲେ । ୨ ମାସ ଧରି ବ୍ୟକ୍ତି ଜଣକ ନିରାଶ ହେବାପରେ ଭିଜିଲାନ୍ସ ର ଦ୍ୱାରସ୍ଥ ହୋଇଥିଲେ । ଯୋଜନା ମୁତାବକ ଆଜି କୃଷି ଅଧିକାରୀ ବ୍ୟୋମକେଶ ମିଶ୍ର ଲାଞ୍ଚ ଟଙ୍କା ଗ୍ରହଣ କରୁଥିବାବେଳେ ଭିଜିଲାନ୍ସ ହାତରେ ଧାରା ପଡ଼ିଥିଲେ । ଚଢ଼ାଉ ବେଳେ ସମ୍ପୂର୍ଣ୍ଣ ଲାଞ୍ଚ ଟଙ୍କା ଜବତ କରାଯାଇଥିବା ବେଳେ ଆୟବହିର୍ଭୂତ ସମ୍ପତ୍ତି ଠାବ ପାଇଁ ମିଶ୍ରଙ୍କ ୩ଟି ସ୍ଥାନରେ ଚଢଉ ଜାରି ରହିଛି।
Tags:




