ଜୁଲାଇ ୯ ରେ ଓଡିଶା ଆସିବେ ଉପ ରାଷ୍ଟ୍ରପତି ସି.ପି.ରାଧାକୃଷ୍ଣନ
ଓୟୁଏଟି ରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ
ଭୁବନେଶ୍ୱର : ଆସନ୍ତା ଜୁଲାଇ ୯ ତାରିଖରେ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଭାରତର ଉପରାଷ୍ଟ୍ରପତି ସି.ପି. ରାଧାକୃଷ୍ଣନ । ତାଙ୍କର ଏହି ଗସ୍ତକୁ ନେଇ ରାଜ୍ୟ ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି ।
ସୂଚନା ଅନୁଯାୟୀ, ଦିନିକିଆ ଗସ୍ତରେ ଆସି ଉପରାଷ୍ଟ୍ରପତି ଭୁବନେଶ୍ୱର ସ୍ଥିତ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ । ଏହା ବ୍ୟତୀତ ସେ ଆୟୋଜିତ ହେବାକୁ ଥିବା ଅନ୍ୟ କେତେକ ଗୁରୁତ୍ୱପୂର୍ଣ୍ଣ ସରକାରୀ ଏବଂ ସାମାଜିକ କାର୍ଯ୍ୟକ୍ରମରେ ମଧ୍ୟ ଅଂଶଗ୍ରହଣ କରିବାର ସମ୍ଭାବନା ରହିଛି। ଏହି ଅବସରରେ ସେ ରାଜ୍ୟର କିଛି ବିଶିଷ୍ଟ ବ୍ୟକ୍ତିବିଶେଷଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡ଼ିଛି । ଉପରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟ ପ୍ରଶାସନ ପକ୍ଷରୁ ବିମାନବନ୍ଦର ଏବଂ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ସ୍ଥଳରେ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।
Tags:




